ନେପାଳ ପାଇଁ ବନ୍ଧୁତ୍ୱର ହାତ ବଢାଇଲା ଭାରତ, ପଠାଇଲା ୧୦ କୋଟି ଟଙ୍କାର ରିଲିଫ ସାମଗ୍ରୀ

ନୂଆଦିଲ୍ଲୀ/କାଠମାଣ୍ଡୁ,୫।୧୧: ଶୁକ୍ରବାର ନେପାଳରେ ଘଟିଥିବା ବଡ଼ ଧରଣର ଭୂକମ୍ପ ବିନାଶର କାରଣ ହୋଇଛି। ପଶ୍ଚିମ ନେପାଳରେ ହୋଇଥିବା ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୧୫୭ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାଯାଇଛି। ବହୁ ସଂଖ୍ୟକ ଲୋକ ବାସିହୀନ ହୋଇଗଲେ ଏବଂ ଏବେ ସେଠାରେ ଖାଦ୍ୟ, ଔଷଧ ଇତ୍ୟାଦି ଅଭାବ ଦେଖାଦେଇଛି। ଏଭଳି ପରିସ୍ଥିତିରେ ନେପାଳକୁ ସାହାଯ୍ୟ କରିବା ପାଇଁ ରବିବାର ନେପାଳଗୁଞ୍ଜରେ ପହଞ୍ଚିଥିବା ଭାରତୀୟ ବାୟୁସେନା ମାଧ୍ୟମରେ ଭାରତ ଦ୍ୱାରା ରିଲିଫ ସାମଗ୍ରୀର ପ୍ରଥମ ପରିବହନ ପଠାଯାଇଛି।

କାଠମାଣ୍ଡୁରେ ଥିବା ଭାରତୀୟ ଦୂତାବାସ ଏକ ବିବୃତ୍ତିରେ କହିଛି ଯେ ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ସି-୧୩୦ ବିମାନ ମାଧ୍ୟମରେ ନେପାଳକୁ ଭାରତ ପଠାଇଥିବା ୧୦କୋଟି ଟଙ୍କା ମୂଲ୍ୟର ଜରୁରୀକାଳୀନ ରିଲିଫ ସାମଗ୍ରୀର ପ୍ରଥମ ପରିବହନ ସାମଗ୍ରୀ ଗ୍ରହଣ କରାଯାଇଛି। ଏଥିରେ ଟେଣ୍ଟ, କମ୍ବଳ, ଟାରପଲିନ ସିଟ, ବେଡସିଟ, ଶୋଇବା ବ୍ୟାଗ ତଥା ଅତ୍ୟାବଶ୍ୟକ ଔଷଧ, ପୋର୍ଟେବଲ ଭେଣ୍ଟିଲେଟର ଏବଂ ଚିକିତ୍ସା ଉପକରଣ ଇତ୍ୟାଦି ଅନ୍ତର୍ଭୁକ୍ତ।
ଦୂତାବାସ ବିବୃତ୍ତିରେ କୁହାଯାଇଛି, ଭାରତୀୟ ବାୟୁସେନା ବିମାନରେ ୧୧ଟନରୁ ଅଧିକ ରିଲିଫ ସାମଗ୍ରୀ ପଠାଯାଇଛି। ଭୂକମ୍ପରେ ପ୍ରଭାବିତ ଲୋକଙ୍କୁ ସମସ୍ତ ଆବଶ୍ୟକୀୟ ଜିନିଷ ଯୋଗାଇବା ପାଇଁ ପ୍ରୟାସ କରାଯାଇଛି।
ଏଥିରେ କୁହାଯାଇଛି ଯେ ଭାରତ ସରକାରଙ୍କ ତରଫରୁ କର୍ଣ୍ଣାଲି ମୁଖ୍ୟମନ୍ତ୍ରୀ ରାଜ କୁମାର ଶର୍ମାଙ୍କ ଉପସ୍ଥିତିରେ ଭାରତର ରାଷ୍ଟ୍ରଦୂତ ନବୀନ ଶ୍ରୀବାସ୍ତବ ନେପାଳର ଉପପ୍ରଧାନମନ୍ତ୍ରୀ ତଥା ପ୍ରତିରକ୍ଷା ମନ୍ତ୍ରୀ ପୂର୍ଣ୍ଣ ବାହାଦୂର ଖଡକାଙ୍କୁ ରିଲିଫ ସାମଗ୍ରୀ ହସ୍ତାନ୍ତର କରିଛନ୍ତି। ଆଗାମୀ ଦିନରେ ଆହୁରି ରିଲିଫ ସାମଗ୍ରୀ ଭାରତରୁ ଆସିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri