୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୩୧ ଯାଏ ବିମାନ ଉଡାଣ ସେବା ଉପରେ ଥିବା ପ୍ରତିବନ୍ଧକ ବୃଦ୍ଧି କରାଯାଇଛି। ଏନେଇ ଶୁକ୍ରବାର ଡାଇରେକ୍ଟର ଜେନେରାଲ ଅଫ୍‌ ସିଭିଲ ଆଭିଏସନ୍‌ (ଡିଜିସିଏ) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଏହାପୂର୍ବରୁ ମହାମାରୀ କରୋନା ପାଇଁ କେନ୍ଦ୍ର ସରକାର ବିମାନ ସେବା ଉଡାଣ ଉପରେ ଥିବା ପ୍ରତିବନ୍ଧକକୁ ପ୍ରଥମେ ଜୁନ ୩୦ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କିନ୍ତୁ ବର୍ତ୍ତମାନ ଏୟାର ବବଲ୍ସ ଅନୁସାରେ ପୂର୍ବଭଳି ବନ୍ଦେ ଭାରତ ଯୋଜନାରେ ଯାତ୍ରୀଙ୍କ ଗତିବିଧି ଜାରି ରହିବ। କେତେକ ମନୋନୀତ ରୁଟ୍‌ରେ ଅନ୍ତର୍ଜାତୀୟ ବିମାନ ଉଡାଣକୁ ଅନୁମତି ଦିଆଯିବ ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଆଗକୁ କରୋନାର ତୃତୀୟ ଲହର ଆସିବାକୁ ଥିବା ବେଳେ ଏକାଧିକ ଦେଶରେ ଡେଲ୍ଟା ଭାରିଏଣ୍ଟର ସଂକ୍ରମଣ ଏବେ ଚିନ୍ତା ବଢ଼ାଇଛି। ଯାହାଫଳରେ କରୋନାକୁ ରୋକିବାକୁ ଭାରତ ସରକାର ଅନ୍ତର୍ଜାତୀୟ ବିମାନ ସେବା ଉପରେ ରୋକୋ ଲଗାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri