Posted inଜାତୀୟ

ଦୁଇଟି ଯୁଦ୍ଧ ପରିସ୍ଥିତିର ସମ୍ମୁଖୀନ ହୋଇପାରେ ଭାରତ

ନୂଆଦିଲ୍ଲୀ,୧୫।୯: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ହ୍ରାସ ପାଇବାର ନାଁ ଧରୁନି। ସୀମାରେ ଉତ୍ତେଜନା ହ୍ରାସ କରିବାକୁ ଦୁଇ ଦେଶ ଉଚ୍ଚ ସ୍ତରୀୟ ଆଲୋଚନା କରୁଥିଲେ ମଧ୍ୟ ତାହା ବିଫଳ ରହିଛି। ସେପଟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଗୋଟିଏ ପଟେ ଚାଇନା ଏବଂ ଅନ୍ୟ ପଟେ ପାକିସ୍ତାନ ରହିଛି।ଫଳରେ ଭାରତ ଦୁଇଟି ଯୁଦ୍ଧ ପରିସ୍ଥିତିର ସମ୍ମୁଖୀନ ହୋଇପାରେ।
ଚାଇନା ସହ ଜାରି ରହିଥିବା ତିକ୍ତତା ମଧ୍ୟରେ ସରକାର କହିଛନ୍ତି ଯେ, ଗତ ୮ ମାସ ମଧ୍ୟରେ ଜମ୍ମୁ ଅଞ୍ଚଳରେ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ନିକଟରେ ପାକିସ୍ତାନ ଦ୍ୱାରା ପାଖାପାଖି ୩୧୮୬ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀପଦ ନାୟକ ରାଜ୍ୟସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଜାନୁୟାରୀ ୧ରୁ ଅଗଷ୍ଟ ୩୧ ମଧ୍ୟରେ ସୀମାରେ ୨୪୨ଥର ଗୁଳି ବିନିମୟ ଘଟିଛି। ଅନ୍ୟପକ୍ଷରେ ପ୍ୟାଙ୍ଗଙ୍ଗ ହ୍ରଦର ଦକ୍ଷିଣ ଭାଗରେ ୭୦ କିଲୋମିଟର ଲମ୍ବରେ ଭାରତ ଏବଂ ଚାଇନାର ହଜାର ହଜାର ସୈନିକ ମୁହାଁମୁହିଁ ହୋଇଛନ୍ତି। ସେଠାରେ ଏକପ୍ରକାର ଯୁଦ୍ଧ ପରିସ୍ଥିତି ଉପୁଜିଛି।
ପ୍ରକାଶ ଥାଉକି, ପାକିସ୍ତାନ ସେନା ଦ୍ୱାରା ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନ ସହିତ ଚାଇନା ସେନା ଦ୍ୱାରା ହୋଇଥିବା ଆକ୍ରମଣ ଉଦ୍ୟମ ଭାରତ ପାଇଁ ଦୁଇଟି ଯୁଦ୍ଧର ବିପଦକୁ ବଢାଇ ଦେଇଛି। ଭାରତ ସୀମାରେ ଅନୁପ୍ରବେଶକୁ ନେଇ ଚାଇନା ଏବଂ ଏହାର ବନ୍ଧୁ ପାକିସ୍ତାନ ମଧ୍ୟରେ କିଛି ଆଲୋଚନା ଚାଲିଥିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ। କାରଣ ବେଜିଂ ଇସଲାମାବାଦକୁ ଅନେକ ପ୍ରସଙ୍ଗରେ ରକ୍ଷା କରିଛି। ନିକଟରେ ଆତଙ୍କବାଦ ମୁକାବିଲା ପାଇଁ ଚାଇନା ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନକୁ ରକ୍ଷା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri