ଦୁବାଇ,୨୬ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ ଡ୍ର ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଷ୍ଟାଣ୍ଡିଂରେ ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିବା ପରେ ଭାରତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ମଧ୍ୟ ବିଜୟୀ ହେବ ବୋଲି ମନେ ହେଉଥିଲା। ମ୍ୟାଚରେ ବିଜୟ ଲକ୍ଷ୍ୟ ପିଛା କରୁଥିବା ଓ୍ବେଷ୍ଟଇଣ୍ଡିଜ ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୨ ଉଇକେଟ ହରାଇ ଆହୁରି ୨୮୯ ରନ ପଛରେ ରହିଥିଲା। ମାତ୍ର ବର୍ଷା ଯୋଗୁ ୫ମ ଦିବସ ଖେଳ ଆଦୌ ସମ୍ଭବ ହୋଇ ନ ଥିଲା। ଫଳରେ ମ୍ୟାଚ ଡ୍ର’ ଘୋଷଣା କରାଯାଇଥିଲା। ଏହାଦ୍ୱାରା ଭାରତର ବିଜୟ-ପରାଜୟ ପ୍ରତିଶତ ୧୦୦ରୁ ୬୬.୬୭କୁ ହ୍ରାସ ପାଇଛି। ଷ୍ଟାଣ୍ଡିଂରେ ୧୦୦ ପ୍ରତିଶତ ବିଜୟ-ପରାଜୟ ସହ ପାକିସ୍ତାନ ଏକାକୀ ନମ୍ବର ଓ୍ବାନ ସ୍ଥାନରେ ରହିଛି। ପାକିସ୍ତାନ ଗତ ସପ୍ତାହରେ ଗାଲେଠାରେ ଶ୍ରୀଲଙ୍କା ବିପକ୍ଷରେ ୪ ଉଇକେଟରେ ବିଜୟ ହାସଲ କରିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଚାମ୍ପିୟନ ଅଷ୍ଟ୍ରେଲିଆ (୫୪.୧୭) ଓ ଇଂଲଣ୍ଡ (୨୯.୧୭) ବର୍ତ୍ତମାନ ଆଶେସ ସିରିଜ ଖେଳୁଛନ୍ତି। ଉଭୟେ ଷ୍ଟାଣ୍ଡିଂରେ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ଅଛନ୍ତି। ଭାରତ ବିପକ୍ଷରେ ଡ୍ର’ରୁ ଓ୍ବେଷ୍ଟଇଣ୍ଡିଜକୁ ଫାଇଦା ମିଳିଛି। ଦଳର ବିଜୟ-ପରାଜୟ ପ୍ରତିଶତ ୧୬.୬୭କୁ ବୃଦ୍ଧି ପାଇଛି। ଦଳ ୫ମ ସ୍ଥାନକୁ ଉନ୍ନୀତ ହୋଇଥିବା ବେଳେ ଶ୍ରୀଲଙ୍କା ଗୋଟିଏ ପରାଜୟ ସହ ୯ମ ସ୍ଥାନରେ ଅଛନ୍ତି।
କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି
କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...
ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ
ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
Archives


