ଦୁବାଇ,୨୬ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ ଡ୍ର ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଷ୍ଟାଣ୍ଡିଂରେ ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିବା ପରେ ଭାରତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ମଧ୍ୟ ବିଜୟୀ ହେବ ବୋଲି ମନେ ହେଉଥିଲା। ମ୍ୟାଚରେ ବିଜୟ ଲକ୍ଷ୍ୟ ପିଛା କରୁଥିବା ଓ୍ବେଷ୍ଟଇଣ୍ଡିଜ ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୨ ଉଇକେଟ ହରାଇ ଆହୁରି ୨୮୯ ରନ ପଛରେ ରହିଥିଲା। ମାତ୍ର ବର୍ଷା ଯୋଗୁ ୫ମ ଦିବସ ଖେଳ ଆଦୌ ସମ୍ଭବ ହୋଇ ନ ଥିଲା। ଫଳରେ ମ୍ୟାଚ ଡ୍ର’ ଘୋଷଣା କରାଯାଇଥିଲା। ଏହାଦ୍ୱାରା ଭାରତର ବିଜୟ-ପରାଜୟ ପ୍ରତିଶତ ୧୦୦ରୁ ୬୬.୬୭କୁ ହ୍ରାସ ପାଇଛି। ଷ୍ଟାଣ୍ଡିଂରେ ୧୦୦ ପ୍ରତିଶତ ବିଜୟ-ପରାଜୟ ସହ ପାକିସ୍ତାନ ଏକାକୀ ନମ୍ବର ଓ୍ବାନ ସ୍ଥାନରେ ରହିଛି। ପାକିସ୍ତାନ ଗତ ସପ୍ତାହରେ ଗାଲେଠାରେ ଶ୍ରୀଲଙ୍କା ବିପକ୍ଷରେ ୪ ଉଇକେଟରେ ବିଜୟ ହାସଲ କରିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଚାମ୍ପିୟନ ଅଷ୍ଟ୍ରେଲିଆ (୫୪.୧୭) ଓ ଇଂଲଣ୍ଡ (୨୯.୧୭) ବର୍ତ୍ତମାନ ଆଶେସ ସିରିଜ ଖେଳୁଛନ୍ତି। ଉଭୟେ ଷ୍ଟାଣ୍ଡିଂରେ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ଅଛନ୍ତି। ଭାରତ ବିପକ୍ଷରେ ଡ୍ର’ରୁ ଓ୍ବେଷ୍ଟଇଣ୍ଡିଜକୁ ଫାଇଦା ମିଳିଛି। ଦଳର ବିଜୟ-ପରାଜୟ ପ୍ରତିଶତ ୧୬.୬୭କୁ ବୃଦ୍ଧି ପାଇଛି। ଦଳ ୫ମ ସ୍ଥାନକୁ ଉନ୍ନୀତ ହୋଇଥିବା ବେଳେ ଶ୍ରୀଲଙ୍କା ଗୋଟିଏ ପରାଜୟ ସହ ୯ମ ସ୍ଥାନରେ ଅଛନ୍ତି।
ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ
ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…
ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ
ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…
ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର
ଭୁବନେଶ୍ବର,୨୨।୭: CMOରୁ ଫାଇଲ୍ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…
ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’
ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…
ଟିମ୍ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍ ପାଇଁ ଖେଳିବେ କୁଲଦୀପ ଯାଦବ
ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…
ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ
ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…
ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…
ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…
୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….
ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…
Archives

