Posted inଖେଳ

ବିଜୟ ସତ୍ତ୍ୱେ ପଏଣ୍ଟ ହରାଇଲା ଟିମ୍‌ ଇଣ୍ଡିଆ

ଚେଞ୍ଚୁରିଆନ,୩୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟକୁ ୧୧୩ ରନ୍‌ରେ ଜିତିଥିବା ଭାରତୀୟ ଦଳକୁ ଏକ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ହରାଇବାକୁ ପଡ଼ିଛି। ଧିମା ବୋଲିଂ ହାର ପାଇଁ ଦଳକୁ ଏଭଳି ଦଣ୍ଡରେ ଦଣ୍ଡିତ କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଦଳର ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ କାଟ କରାଯିବା ସହ ପ୍ରତ୍ୟେକ ସଦସ୍ୟଙ୍କ ମ୍ୟାଚ୍‌ ଫି’ର ୨୦ ପ୍ରତିଶତ କାଟ କରାଯାଇଥିବା ଆଇସିସି ପକ୍ଷରୁ କୁହାଯାଇଛି।

ଧାର୍ଯ୍ୟ ସମୟ ମଧ୍ୟରେ ନିର୍ଦ୍ଧାରିତ ଓଭର ବୋଲିଂ କରିବାରେ ବିଫଳ ହେବାରୁ ଭାରତୀୟ ଦଳକୁ ଏଭଳି ଦଣ୍ଡାଦେଶ ଦେଇଛନ୍ତି ଆଇସିସି ଏଲିଟ ପାନେଲର ମ୍ୟାଚ୍‌ ରେଫରି ଆଣ୍ଡ୍ର୍ୟୁ ପିକ୍ରଫ୍ଟ।

ଟିମ୍‌ ଇଣ୍ଡିଆ ଅଧିନାୟକ ଭୁଲ ସ୍ବୀକାର କରିବା ସହ ଦଣ୍ଡାଦେଶ ଗ୍ରହଣ କରିଥିବାରୁ ଏ ଘଟଣାରେ କୌଣସି ଶୁଣାଣିର ଆବଶ୍ୟକତା ନାହିଁ। ଅମ୍ପାୟର ମାରାଇସ ଇରାସମସ, ଆଡ୍ରିଆନ ହୋଲ୍ଡଷ୍ଟକ, ଆଲାହୁଦିନ ପାଲେକର ଓ ବଙ୍ଗାନି ଜେଲେ ଟିମ୍‌ ଇଣ୍ଡିଆ ବିରୋଧରେ ଏହି ଅଭିଯୋଗ ଆଣିଥିଲେ। ମାଞ୍ଚେଷ୍ଟରରେ ବିଜୟ ସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri