Posted inଖେଳ

ସ୍ଲୋ ଓଭର ରେଟ୍‌ ପାଇଁ ଭାରତକୁ ଜରିମାନା

ଦୁବାଇ, ୨୯ା୧୧ (ପି.ଟି.)-ସିଡ୍‌ନୀଠାରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର ରେଟ୍‌ ବୋଲିଂ ପାଇଁ ଭାରତୀୟ କ୍ରିକେଟ ଦଳକୁ ମ୍ୟାଚ ଫି’ର ୨୦ ପ୍ରତିଶତ ଜରିମାନା କରାଯାଇଛି। ୬୬ରନରେ ପରାଜିତ ଏହି ମ୍ୟାଚରେ ଭାରତ ସେମାନଙ୍କର ୫୦ ଓଭର ବୋଲିଂ ଶେଷ କରିବା ଲାଗି ୪ ଘଣ୍ଟା ୬ ମିନିଟ୍‌ ସମୟ ନେଇଥିଲା। ଧାର୍ଯ୍ୟ ସମୟ ମଧ୍ୟରେ ଭାରତ ଗୋଟିଏ ଓଭର ପଛୁଆ ରହିଯାଇଥିଲା। ଏହାଦ୍ୱାରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଆଚରଣବିଧିର ଧାରା ୨.୨୨ର ଉଲ୍ଲଂଘନ ହୋଇଥିଲା। ଆଇସିସି ମ୍ୟାଚ ରେଫରି ଡେଭିଡ୍‌ ବୁନ୍‌ ଭାରତୀୟ ଦଳକୁ ଦଣ୍ଡିତ କରିଥିଲେ। ଅଧିନାୟକ ବିରାଟ କୋହଲି ଦଣ୍ଡକୁ ଗ୍ରହଣ କରିନେଇଥିବାରୁ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା। ଅନ୍‌ ଫିଲ୍ଡ ଅମ୍ପାୟର ରଡ୍‌ ଟକର ଓ ସାମ୍‌ ନୋଗାଜସ୍କି, ଟିଭି ଅମ୍ପାୟର ପଲ୍‌ ରିଫେଲ ଏବଂ ଚତୁର୍ଥ ଅମ୍ପାୟର ଜେରାର୍ଡ ଆବୁଡ୍‌ ଭାରତ ବିରୋଧରେ ରିପୋର୍ଟ କରିଥିଲେ। ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ରବିବାର ସିଡ୍‌ନୀଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?