ଦେଶର ପ୍ରଥମ କରୋନା ସଂକ୍ରମିତ ପୁଣିଥରେ କରୋନା କବଳରେ

ଥିରୁଭାନନ୍ତପୁରମ,୧୩ ।୭: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ସମୟ କ୍ରମେ ଏହା କମ୍ ହେବାରେ ଲାଗିଛି । ହେଲେ କିଛି ରାଜ୍ୟରେ ଏବେବି କରୋନା ଚିନ୍ତାର କାରଣ ପାଲଟିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଦେଶର ପ୍ରଥମ କରୋନା ସଂକ୍ରମିତ ଏଥର ପୁଣିଥରେ କରୋନାରେ ସଂକ୍ରମିତ ହୋଇଯାଇଛନ୍ତି । କେରଳର ତ୍ରିସୂରରେ ରହୁଥିବା ଏହି ମେଡିକାଲ ଛାତ୍ରୀ ଜଣକ ୩୦ ଜାନୁୟାରୀ ୨୦୨୦ରେ ଉହାନରୁ କେରଳ ଫେରିଥିଲେ । ଏହାପରେ ସେ କରୋନାରେ ପୀଡ଼ିତ ଥିବା ଜଣାପଡିଥିଲା ଓ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କିଛିଦିନ ପରେ କରୋନାରୁ ଠିକ୍ ହୋଇ ସେ ଘରକୁ ଫେରିଥିଲେ । ଏଥର ତାଙ୍କର ଚିକିତ୍ସା ଘରେ ଚାଲିଛି । ତ୍ରିସୂର ମେଡିକାଲ ଅଫିସର ଡା. କେଜେ ରିନା କହିଛନ୍ତି ଉକ୍ତ ମେଡିକାଲ ଷ୍ଟୁଡେଣ୍ଟ ପୁଣିଥରେ କରୋନାରେ ସଂକ୍ରମିତ ହେବା ପରେ ଏବେ ତାଙ୍କୁ ଘରେ ରଖି ଚିକିତ୍ସା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri