ଭାରତରେ ପ୍ରଥମ ମାମଲା: ୧୨୪ ଦିନ ପରେ ପୁଣି ଥରେ ଜଣେ ସଂକ୍ରମିତ

ଅହମଦାବାଦ,୨୬।୮: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଭାରତରେ ପ୍ରଥମ ଥର ଜଣେ ବ୍ୟକ୍ତି ଦ୍ୱିତୀୟ ଥର କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଲୋକଙ୍କ ମନରେ କୋକୁଆଭୟ ଖେଳିଯାଇଛି। ତେବେ ଏହି ମାମଲା ଦେଶରେ ପ୍ରଥମ ଥର ଦେଖିବାକୁ ମିଳିଛି। ଗୁଜରାଟ ଅହମଦାବାଦରେ ପ୍ରଥମ ଥର ଜଣେ ମହିଳା ସଂକ୍ରମିତ ହେବାର ୪ ମାସ ପରେ ପୁଣି ଥରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅହମଦାବାଦରେ ରହୁଥିବା ଜଣେ ୫୪ବର୍ଷୀୟ ମହିଳା ଏପ୍ରିଲ ୧୮ରେ କରୋନାରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୁସ୍ଥ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। ତେବେ ୧୨୪ ଦିନ ପରେ ଉକ୍ତ ମହିଳା ପୁଣି ଥରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ପୁଣି ତାଙ୍କୁ ଅହମଦାବାଦର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ ଉକ୍ତ ମହିଳାଙ୍କ ପୁଅ ଏୟାରଫୋର୍ସରେ ଥିବା ବେଳେ ନିକଟରେ ତାଙ୍କ ପୁଅ, ବୋହୁ ଓ ତାଙ୍କର ୩ବର୍ଷର ପୁଅ ଦିଲ୍ଲୀରୁ ଅହମଦାବାଦ ଆସିଥିଲେ। ଏହାର କିଛି ଦିନ ପରେ ଉକ୍ତ ମହିଳା ଓ ତାଙ୍କ ପୁଅଙ୍କୁ ଜ୍ୱର ହୋଇଥିଲା। କରୋନା ଯାଞ୍ଚ କରିବା ପରେ ଦୁହିଁଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ପୁଅଙ୍କୁ ଅହମଦାବାଦ ଡିଫେନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ମା’ଙ୍କୁ ରତନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଉକ୍ତ ମହିଳାଙ୍କ ନମୁନା ରିସର୍ଚ୍ଚ ପାଇଁ ପୁନେ ଲ୍ୟାବକୁ ପଠାଯାଇଛି। ଏଥିସହ ଆଇସିଏମ୍‌ଆରକୁ ଏନେଇ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri