Posted inଜାତୀୟ

ଟ୍ରାନ୍ସଜେଣ୍ଡରଙ୍କ ପାଇଁ ଖୁସି ଖବର: ଦିଲ୍ଲୀ ଆରଏମଏଲ ହସ୍ପିଟାଲରେ ଖୋଲିଲା ସ୍ପେଶାଲ ଓପିଡି

ନୂଆଦିଲ୍ଲୀ,୧୭।୯: ଦୀର୍ଘଦିନ ଧରି ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର ଲୋକମାନେ ସରକାରୀ ଡାକ୍ତରଖାନାରେ ସ୍ବତନ୍ତ୍ର ସପିଡି ସେବା (ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର ଓପିଡି) ଦାବି କରୁଥିଲେ। ଏହି ସମ୍ପ୍ରଦାୟ ପାଇଁ ଏହା ଏକ ଖୁସିର ବିଷୟ ଯେ ବର୍ତ୍ତମାନ ସେମାନଙ୍କର ଆଶା ପୂରଣ ହୋଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ ପ୍ରଶାସନ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ଏକ ସ୍ବତନ୍ତ୍ର ଆଉଟ ପେସେଣ୍ଟ ଡିପାର୍ଟମେଣ୍ଟ (ଓପିଡି) ସେବା ଆରମ୍ଭ କରିଛି। ଏହା ବ୍ୟତୀତ ରବିବାର ଆରଏମଏଲ ହସ୍ପିଟାଲରେ ରକ୍ତଦାନ ଶିବିର ମଧ୍ୟ ଆୟୋଜନ କରାଯାଇଥିଲା।

ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ସ୍ବତନ୍ତ୍ର ଓପିଡି ଏବଂ ରକ୍ତ ଦାନ ଶିବିରକୁ ହସ୍ପିଟାଲର ମେଡିକାଲ ଅଧୀକ୍ଷକ ଅଜୟ ଶୁକ୍ଲା ଉଦଘାଟନ କରିଥିଲେ। ଡକ୍ଟର ଶୁକ୍ଳା କହିଛନ୍ତି ଯେ ଏହି ସ୍ବତନ୍ତ୍ର ଓପିଡି ସେବା ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ପ୍ରତ୍ୟେକ ଶୁକ୍ରବାର ଅପରାହ୍ନ ୨ଟାରୁ ୪ ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ ଏବଂ ଏଥିପାଇଁ ଏକ ପୃଥକ ପଞ୍ଜୀକରଣ କାଉଣ୍ଟର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri