Posted inଜାତୀୟ

ଗାନ୍ଧୀଙ୍କ ମାର୍ଗ ଅନୁସରଣ କରୁ ଭାରତ

ମୁମ୍ବାଇ, ୨୦ା୧୦: ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ୩ ଦିନିଆ ଭାରତ ଗସ୍ତରେ ଥିବାବେଳେ ବୁଧବାର ଆଇଆଇଟି ବମ୍ବେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ଗୁଟେରସ୍‌ କହିଛନ୍ତି, ମାନବାଧିକାରକୁ ସମ୍ମାନ ଓ ଏହାର ସୁରକ୍ଷା ପ୍ରତି ଭାରତର ପ୍ରତିବଦ୍ଧତା ଦ୍ୱାରା ଦେଶ ବିଶ୍ୱ ସ୍ତରରେ ବିଶ୍ୱସନୀୟତା ହାସଲ କରିବ। ଭାରତ ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)ର ନିର୍ବାଚିତ ସଦସ୍ୟ ହୋଇଥିବାରୁ ସାରା ବିଶ୍ୱରେ ମାନବ ଅଧିକାର ରକ୍ଷା, ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ସମେତ ସମସ୍ତ ବ୍ୟକ୍ତିଙ୍କ ଅଧିକାରକୁ ସୁରକ୍ଷା ଦେବା ଏହି ଦେଶର ଗୁରୁଦାୟିତ୍ୱ।

ଭାରତର ବହୁବାଦ ନମୁନା ସରଳ ହୋଇଥିଲେ ବି ବୁଝାମଣାରେ ପରିପୂର୍ଣ୍ଣ। ଉଚ୍ଚକୋଟୀର ବିବିଧତା ଦେଶକୁ ଆହୁରି ସୁନ୍ଦର ଏବ ମଜଭୁତ କରୁଛି। ଏହାକୁ ଜାଣିବା ଏବଂ ବୁଝିବା ପ୍ରତି ଭାରତୀୟଙ୍କ ଜନ୍ମଗତ ଅଧିକାର। ହେଲେ ଏହାର କୌଣସି ଗ୍ୟାରେଣ୍ଟି ନାହିଁ। ପ୍ରତିଦିନ ଏହାର ନବୀକରଣ ଏବଂ ମଜଭୁତ କରାଯିବା ଜରୁରୀ ବୋଲି ଗୁଟେରସ୍‌ କହିଥିଲେ। ମହାତ୍ମା ଗାନ୍ଧୀଙ୍କ ମୂଲ୍ୟବୋଧକୁ ଆପଣାଇ ସବୁ ବର୍ଗର ବିଶେଷକରି ଦୁର୍ବଳ ଶ୍ରେଣୀର ନାଗରିକଙ୍କ ଅଧିକାର ଏବଂ ସମ୍ମାନ ବଜାୟ ରହିବା ଜରୁରୀ। ବହୁ-ଧାର୍ମିକ, ବହୁ-ସାଂସ୍କୃତିକ, ବହୁ ଜାତି ତଥା ସମାଜର ମୂଲ୍ୟ ଏବଂ ସେମାନଙ୍କ ଅବଦାନକୁ ଗୁରୁତ୍ୱ ଦିଆଯିବା ସହ ଘୃଣା ମନ୍ତବ୍ୟକୁ ନିନ୍ଦା କରିବା ଦ୍ୱାରା ମାନବାଧିକାର ରକ୍ଷା କରାଯାଇପାରିବ ବୋଲି ସେ ପ୍ରକାଶ କରିଥିଲେ। ଏହା ପୂର୍ବରୁ ଗୁଟେରସ୍‌ ୨୬/୧୧ ମୁମ୍ବାଇ ଆକ୍ରମଣର ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri