ବ୍ରିକ୍ସ ବିସ୍ତାରକୁ ଭାରତ ସମ୍ପୂର୍ଣ୍ଣ ରୂପେ କରୁଛି ସମର୍ଥନ: ମୋଦି

ଜୋହାନ୍ସବର୍ଗ,୨୩।୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଠ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀର ଦ୍ୱିତୀୟ ଦିନରେ ସର୍ବଦଳୀୟ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ବ୍ରିକ୍ସ ଏକ ଦୀର୍ଘ ଏବଂ ଦୃଷ୍ଟାନ୍ତମୂଳକ ଯାତ୍ରା କରିଛି। ଏହି ଯାତ୍ରାରେ ଆମେ ଅନେକ ସଫଳତା ହାସଲ କରିଛୁ। ଜୋହାନ୍ସବର୍ଗର ସୁନ୍ଦର ସହରରେ ପୁଣି ଥରେ ରହିବା ମୋ ଏବଂ ମୋର ପ୍ରତିନିଧୀଙ୍କ ପାଇଁ ଖୁସିର ବିଷୟ। ଭାରତୀୟ ଇତିହାସ ସହିତ ଏହି ସହରର ଗଭୀର ଏବଂ ପୁରୁଣା ସଂଯୋଗ ଅଛି। ୧୧୦ ବର୍ଷ ପୂର୍ବେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ନିର୍ମିତ ଟୋଲଷ୍ଟୟ ଫାର୍ମ ଏଠାରୁ କିଛି ଦୂରରେ ଅବସ୍ଥିତ। ମହାତ୍ମା ଗାନ୍ଧୀ ଭାରତ, ୟୁରେସିଆ ଏବଂ ଆଫ୍ରିକାର ମହାନ ଚିନ୍ତାଧାରାକୁ ମିଶାଇ ଆମର ଏକତା ଏବଂ ସୌହାର୍ଦ୍ଦ୍ୟ ପାଇଁ ଏକ ଦୃଢ ମୂଳଦୁଆ ପକାଇଥିଲେ।
ମୋଦି ଆହୁରି ମଧ୍ୟ କହିଛନ୍ତି ଯେ, ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ ବ୍ରିକ୍ସ ଦେଶମାନଙ୍କୁ ଦିଆଯାଇଥିବା ବିଶେଷ ଗୁରୁତ୍ୱକୁ ଆମେ ସ୍ବାଗତ କରୁଛୁ। ଜି-୨୦ର ଅଧ୍ୟକ୍ଷତାରେ ଭାରତ ମଧ୍ୟ ଏହି ପ୍ରସଙ୍ଗକୁ ଗୁରୁତ୍ୱ ଦେଇଛି। ବ୍ରିକ୍ସ ବିସ୍ତାରକୁ ଭାରତ ସମ୍ପୂର୍ଣ୍ଣ ରୂପେ ସମର୍ଥନ କରୁଛି। ଆମେ ଏହା ଉପରେ ଏକ ସହମତି ସହ ଆଗକୁ ବଢିବାକୁ ସ୍ବାଗତ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri