Posted inଜାତୀୟ

ନ୍ୟୁକ୍ଲିଅର ରିଆକ୍ଟର, ଜେଟ ଡିଲ, ଭିଜା, ୟୁକ୍ରେନକୁ ମିଳିତ ସହଯୋଗ…ଜି-୨୦ ବୈଠକରେ ମୋଦି-ବାଇଡେନ କରିବେ ଏହି ପ୍ରସଙ୍ଗରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବା ଲାଗି ଗୁରୁବାର ଭାରତ ଆସୁଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ଆଶା କରାଯାଉଛି। ରାଷ୍ଟ୍ରପତି ହେବା ପରେ ଜୋ ବାଇଡେନ ପ୍ରଥମ ଥର ପାଇଁ ଭାରତ ଗସ୍ତ କରିବେ। ଏହାପୂର୍ବରୁ ଫେବୃଆରୀ ୨୦୨୦ରେ ତତ୍କାଳୀନ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଆସିଥିଲେ।
ଜି-୨୦ ଶିଖର ସମ୍ମିଳନୀରେ ସାଧାରଣତଃ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଅନ୍ତର୍ଭୂକ୍ତ କରାଯାଇ ନାହିଁ, କିନ୍ତୁ ଆମେରିକା ରାଷ୍ଟ୍ରପତି ଏବଂ ସୌଦି କ୍ରାଉନ ପ୍ରିନ୍ସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାକୁ ଭାରତ ଅନୁମୋଦନ କରିଛି।
ବାଇଡେନଙ୍କ ଗସ୍ତ ପୂର୍ବରୁ ଭାରତ ଏବଂ ଆମେରିକା ସେମାନଙ୍କର ଦ୍ୱିପାକ୍ଷିକ ଯୋଗଦାନ ପାଇଁ ଅନେକ ଉଚ୍ଚାଭିଳାଷୀ ଯୋଜନା ଉପରେ କାର୍ଯ୍ୟ କରୁଛନ୍ତି। ଇଣ୍ଡିଆନ ଏକ୍ସପ୍ରେସର ସୂଚନା ଅନୁଯାୟୀ, ବାଇଡେନଙ୍କ ଭାରତ ଗସ୍ତ ସମୟରେ ଉଭୟ ଦେଶ ଛୋଟ ମଡ୍ୟୁଲାର ଆଣବିକ ରିଆକ୍ଟର ଉପରେ ସମ୍ଭାବ୍ୟ ଆଣବିକ ଚୁକ୍ତି ସ୍ବାକ୍ଷର କରିପାରିବେ। ଏହା ବ୍ୟତୀତ ଡ୍ରୋନ ଡିଲ ଏବଂ ଜେଟ ଇଞ୍ଜିନ ଉପରେ ପ୍ରତିରକ୍ଷା ଚୁକ୍ତି ପାଇଁ ଆମେରିକା କଂଗ୍ରେସର ଅନୁମୋଦନ ଉପରେ ଅଗ୍ରଗତି ଉପରେ ଆଲୋଚନା ହେବାର ସମ୍ଭାବନା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri