ଶ୍ରୀଲଙ୍କାରେ ‘ଆଧାର’ ଭଳି ଯୋଜନା ପାଇଁ ଭାରତ ଦେଲା ୪୫ କୋଟି ଟଙ୍କା

କଲମ୍ବୋ,୫।୮: ଶ୍ରୀଲଙ୍କାରେ ଆଧାର ଭଳି ଯୋଜନା ‘ୟୁନିକ ଡିଜିଟାଲ ଆଇଡେଣ୍ଟିଟି ପ୍ରୋଜେକ୍ଟ’ ପାଇଁ ଭାରତ ୪୫କୋଟି ଟଙ୍କାର ପ୍ରଥମ କିସ୍ତି ଜାରି କରିଛି। ଭାରତ ସରକାରଙ୍କ ଦ୍ୱାରା ଅର୍ଥ ପ୍ରଦାନ କରାଯାଉଥିବା ଶ୍ରୀଲଙ୍କାର ଡିଜିଟାଇଜେସନ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା। ଏହା ମଧ୍ୟ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଦ୍ୱାରା ନିଶ୍ଚିତ କରାଯାଇଛି।

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଷ୍ଟ୍ରୀୟ ସୁରକ୍ଷା ଉପରେ ରାଷ୍ଟ୍ରପତିଙ୍କ ବରିଷ୍ଠ ଉପଦେଷ୍ଟା ତଥା ରାଷ୍ଟ୍ରପତି କର୍ମଚାରୀଙ୍କ ମୁଖ୍ୟ ସଗାଲା ରତ୍ନନାୟକା, ଶ୍ରୀଲଙ୍କାର ବୈଷୟିକ ମନ୍ତ୍ରୀ କନକ ହେରାଥ, ଶ୍ରୀଲଙ୍କାର ଭାରତୀୟ ଉଚ୍ଚ କମିଶନର ଗୋପାଳ ବାଗଲେ ଏବଂ ଭାରତୀୟ ହାଇକମିଶନର ପ୍ରଥମ ସଚିବ ଏଲଡୋସ ମାଥ୍ୟୁ ଏବଂ ଅନ୍ୟ ଏକ ପ୍ରମୁଖ ଅଧିକାରୀ ବୈଠକରେ ସାମିଲ ହୋଇଥିଲେ। ଏଥିରେ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ପ୍ରକଳ୍ପ ଉପରେ ଅନେକ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri