ଆଗାମୀ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ସକରାତ୍ମକ ହେବ: ଆରବିଆଇ ଗଭର୍ନର

ନୂଆଦିଲ୍ଲୀ,୪।୧୨: ଆସନ୍ତା ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ନକାରାତ୍ମକରୁ ସକରାତ୍ମକକୁ ଫେରିବ ବୋଲି ଆଶା କରାଯାଉଥିବା ଆରବିଆଇ ଗଭନର୍ର୍ର ଶକ୍ତିକାନ୍ତ ଦାସ କହିଛନ୍ତି। ସେ କହିଛନ୍ତି ଯେ,ଦେଶର ଅର୍ଥନୀତି ବର୍ତ୍ତମାନ କରୋନା ସଙ୍କଟରୁ ମୁକ୍ତି ପାଇଛି। ଆସନ୍ତା ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ନକାରାତ୍ମକରୁ ସକରାତ୍ମକକୁ ଫେରିବ। ଆରବିଆଇ ଆସନ୍ତା ତ୍ରୈମାସିକ ପାଇଁ ଜିଡିପି ଅଭିବୃଦ୍ଧି ଆକଳନକୁ ୦.୧୦ ପ୍ରତିଶତକୁ ବୃଦ୍ଧି କରିଛି। ଏଥି ସହିତ ଚତୁର୍ଥ ତ୍ରୈମାସିକ ଅର୍ଥାତ୍‌ ଜାନୁଆରୀ-ମାର୍ଚ୍ଚ ୨୦୨୧ ମଧ୍ୟରେ ଦେଶର ଜିଡିପି ଅଭିବୃଦ୍ଧି ୦.୭୦ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ତଥାପି, ସମଗ୍ର ବର୍ଷ ପାଇଁ ଜିଡିପି ଅଭିବୃଦ୍ଧି -୭.୫ ପ୍ରତିଶତ ହୋଇପାରେ। ସେ କହିଛନ୍ତି ଯେ ଆର୍ଥିକ ଅଭିବୃଦ୍ଧି ପୁନରୁଦ୍ଧାର ଭାରତ ସରକାରଙ୍କ ଦ୍ୱାରା ସହାୟତା ପ୍ୟାକେଜରୁ ଆସିଛି। ଆରବିଆଇ ମନିଟାରୀ ପଲିସି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଏହି ସୂଚନା ଦେଇଛନ୍ତି। ଅର୍ଥବ୍ୟବସ୍ଥାରେ ଦ୍ରୁତଗତିରେ ସୁଧାର ଆସୁଛି ବୋଲି ଆରବିଆଇ ସଂକେତ ଦେଇଛି। ଏହାସହ ରେପୋ ରେଟ ଏବଂ ରିଭର୍ସ ରେପୋ ରେଟ ବି ଅପରିବର୍ତ୍ତିତ ରହିଛି। ରେପୋ ରେଟ ଏବେ ୪ ପ୍ରତିଶତ ରହିଛି। ରିଭର୍ସ ରେପୋ ରେଟ ୩.୩୫ପ୍ରତିଶତ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri