Posted inଜାତୀୟ

ଭାରତ-ଜର୍ମାନୀ ଗତିଶୀଳତା ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ଜର୍ମାନୀ ମଧ୍ୟରେ ସୋମବାର ଗତିଶୀଳତା ସହଯୋଗିତା ଚୁକ୍ତି ସ୍ବାକ୍ଷର ହୋଇଛି। ଏଥିସହିତ ୟୁକ୍ରେନ୍‌ ଯୁଦ୍ଧ, ଆଫଗାନିସ୍ତାନ ସ୍ଥିତି ଏବଂ ପାକିସ୍ତାନରୁ ସୀମାପାର ଆତଙ୍କବାଦ ଆଦି ପ୍ରମୁଖ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ଉପରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ତାଙ୍କ ଜର୍ମାନୀ ପ୍ରତିପକ୍ଷ ଆନ୍ନାଲେନା ବଏରବକ୍‌ ଆଲୋଚନା କରିଥିଲେ। ମୋବିଲିଟି ଚୁକ୍ତିନାମା ବଳରେ ଦୁଇ ଦେଶର ଲୋକେ ପରସ୍ପର ଦେଶକୁ ସହଜରେ ଯାଇ ଅଧ୍ୟୟନ, ଗବେଷଣା ଓ କାର୍ଯ୍ୟ କରିପାରିବେ। ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିର ଏହା ଏକ ବଳିଷ୍ଠ ସଙ୍କେତ ବୋଲି ଜୟଶଙ୍କର କହିଛନ୍ତି। ରୁଷିଆରୁ ଭାରତ ଅଶୋଧିତ ତୈଳ ଆମଦାନି କରିବାକୁ ଜୟଶଙ୍କର ଦୃଢ଼ ସମର୍ଥନ କରିଥିଲେ। ଏହା ମୁଖ୍ୟତଃ ବଜାର ଶକ୍ତି ଦ୍ୱାରା ପରିଚାଳିତ ବୋଲି ସେ କହିଥିଲେ। ଶକ୍ତି, ବାଣିଜ୍ୟ, ପ୍ରତିରକ୍ଷା, ସୁରକ୍ଷା ଓ ଜଳବାୟୁ ପରିବର୍ତ୍ତନ ଆଦି କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଉଦ୍ଦେଶ୍ୟରେ ଜର୍ମାନ ବହିର୍ବ୍ୟାପାର ମନ୍ତ୍ରୀ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri