ବାଂଲାଦେଶକୁ ୨୦ ଲକ୍ଷ କରୋନା ଟିକା ଉପହାର ଦେବ ଭାରତ

ନୂଆଦିଲ୍ଲୀ,୧୯।୧: ଭାରତରେ ସାର୍ବଜନୀକ କରୋନା ଟିକା ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଭାରତ ପକ୍ଷରୁ ବାଂଲାଦେଶକୁ ୨୦ଲକ୍ଷ କରୋନା ଟିକା ଉପହାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜାନୁୟାରୀ ୨୦ରେ ଟିକା ବାଂଲାଦେଶରେ ପହଞ୍ଚିବ। ଏକ ସ୍ବତନ୍ତ୍ର ବିମାନରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କୋଭିଶିଲ୍ଡ ଟିକା ବାଂଲାଦେଶକୁ ପଠାଯିବ। ବିମାନ ବାଂଲାଦେଶର ଶାହଜଲାଲ ବନ୍ଦରରେ ଅବତରଣ କରିବ। ଏସମ୍ପର୍କରେ ବାଂଲାଦେଶ ସ୍ବାସ୍ଥ୍ୟ ସଚିବ ଅବଦୁଲ୍‌ ମନାନ୍‌ ସୂଚନା ଦେଇଛନ୍ତି। ଦୁଇଦେଶରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ସୁଦୃଢ଼ କରିବା ଲାଗି ଏଭଳି କରାଯାଉଥିବା କୁହାଯାଉଛି। ତେବେ ଏହାକୁ ନେଇ ପାକିସ୍ତାନର ମନ ଫିକା ପଡ଼ିଯାଇଛି। ଭାରତଠାରୁ ଟିକା ପାଇବା ଲାଗି ପାକିସ୍ତାନ ଆଶା ନେଇ ରହିଛି। ଇତିମଧ୍ୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ ଟିକାକୁ ଦେଶରେ ଜରୁରିକାଳୀନ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରି ସାରିଛନ୍ତି। ପାକିସ୍ତାନ ଡ୍ରଗ୍‌ ରେଗୁଲେଟାରୀ ଅଥରିଟି ପକ୍ଷରୁ ଟିକା ବ୍ୟବହାର ଲାଗି କରାଯାଇଥିବା ଆବେଦନକୁ ଅନୁମୋଦନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri