Posted inଖେଳ

ଭାରତକୁ ଲାଗିଲା ବଡ଼ ଝଟ୍‌କା

ଢାକା,୬।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ୧ ଉଇକେଟ୍‌ରେ ପରାଜୟର ସମ୍ମୁଖୀନ ହୋଇଥିଲା। ବାଂଲାଦେଶ ଗସ୍ତର ପ୍ରଥମ ମ୍ୟାଚ୍‌ରେ ପରାଜୟ ପରେ ଟିମ ଇଣ୍ଡିଆକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ମନ୍ଥର ଓଭର ହାର ପାଇଁ ଟିମ ଇଣ୍ଡିଆକୁ ମ୍ୟାଚ ଫିର ୮୦ ପ୍ରତିଶତ ଜୋରିମନା କରାଯାଇଛି।
ଆଇସିସି ଏଲିଟ ପ୍ୟାନେଲ ଅଫ ମ୍ୟାଚ ରେଫରିର ରଞ୍ଜନ ମଧୁଗଲେ ଧାର୍ଯ୍ୟ ସମୟକୁ ଧ୍ୟାନରେ ରଖି ଭାରତକୁ ଟାର୍ଗେଟରୁ ୪ ଓଭର କମ ବୋଲି ବିଚାର କରିଛନ୍ତି। ଖେଳାଳି ଏବଂ ଦଳର ସହାୟକ କର୍ମଚାରୀଙ୍କ ପାଇଁ ଆଇସିସି ଆଚରଣ ସଂହିତାର ଧାରା ୨.୨୨ ଅନୁଯାୟୀ ଜୋରିମନା କରିଥିଲେ।
ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ବାଂଲାଦେଶ ଟସ ଜିତି ଟିମ ଇଣ୍ଡିଆକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। କିନ୍ତୁ ଟିମ ଇଣ୍ଡିଆର ବ୍ୟାଟିଂ ଏକ ସମ୍ପୂର୍ଣ୍ଣ ଫ୍ଲପ ଥିଲା ଏବଂ ୪୧.୨ ଓଭରରେ ୧୮୬ ରନ ସ୍କୋର କରି ଅଲଆଉଟ୍‌ ହୋଇଥିଲା। ଏହି ଟାର୍ଗେଟକୁ ପିଛା କରି ବାଂଲାଦେଶ ଏକଦା ୧୩୬ ରନ ୯ ଉଇକେଟ ହରାଇଥିଲା, କିନ୍ତୁ ଦଶମ ଉଇକେଟ ପାଇଁ ମେହିଦି ହାସନ ମିରାଜ ଏବଂ ମୁସ୍ତାଫିଜୁର ରହମାନ ଅର୍ଦ୍ଧଶତକୀୟର ଭାଗିଦାରୀ କରି ଟିମ ଇଣ୍ଡିଆଠରୁ ବିଜୟ ଛଡ଼ାଇ ନେଇଥିଲେ। ବର୍ତ୍ତମାନ ତିନି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୭ ଡିସେମ୍ବରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri