Posted inଜାତୀୟ

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ ପଠାଯାଇଥିଲା । ବର୍ତ୍ତମାନ ଏହାକୁ ନେଇ ସରକାର ଆପଲକୁ ନୋଟିସ  ପଠାଇଛନ୍ତି । ଭାରତରେ ୟୁଜର୍ସଙ୍କୁ ଆଲର୍ଟ ପଠାଇବା କାରଣରୁ କମ୍ପାନୀମାନଙ୍କୁ ନୋଟିସ ପଠାଯାଇଛି । ଏହାସହିତ ସରକାରୀ ଏଜେନ୍ସି ଇଣ୍ଡିଆନ କମ୍ଯୁଟର ଏମରଜେନ୍ସି ରେସ୍ପୋନ୍ସ ଟିମ୍ ପକ୍ଷରୁ ପବ୍ଲିକ ଆଡଭାଇଜରି ଜାରି କରାଯାଇଛି । ଏଥିରେ କୁହାଯାଇଛି ଯେ, ଯେଉଁ ୟୁଜର୍ସଙ୍କୁ ଏହି ଆଲର୍ଟ ମିଳିଛି ସେମାନେ ଏଜେନ୍ସି ପକ୍ଷରୁ ଟେକ୍ନିକାଲ ସାହାଯ୍ୟ ମାଗିପାରିବେ ।

ଆପଲ ଏବଂ ଗୁଗୁଲ ଗତ 2 ଏବଂ 3 ଡିସେମ୍ବରରେ ନିଜ ୟୁଜର୍ସଙ୍କୁ ନୋଟିସ ପଠାଇଥିଲା । ମିଡିଆ ରିପୋର୍ଟ ଅନୁସାରେ, ସରକାର ଏହି ଦୁଇ କମ୍ପାନୀକୁ ନୋଟିସ ଜାରି କରି ଅଧିକ ତଥ୍ୟ ମାଗିଛନ୍ତି ।  ଏଭଳି ଧମକ କେଉଁ ୟୁଜର୍ସଙ୍କୁ ମିଳିଛି, କିଏ ଧମକ ଦେଇଥିଲା ଏବଂ କେଉଁ ୟୁଜର୍ସ ଅଧିକ ପ୍ରଭାବିତ ହେବେ ବୋଲି ପ୍ରଶ୍ନ କରିଛନ୍ତି ସରକାର । ସାଇବର ସିକ୍ୟୁରିଟିଙ୍କ କହିବା ଅନୁସାରେ, ଏହି ଆଟାକ ଚିନ୍ତାର କାରଣ ଅଟେ ଏବଂ ଏହା ବୃଦ୍ଧି ହେବାର ମଧ୍ୟ ସମ୍ଭାବନା ରହିଥିବା ନେଇ ମଧ୍ଯ କୁହାଯାଇଛି ।

ତେବେ ଏକ ରିପୋର୍ଟ ଅନୁସାରେ, ଏହି ନୋଟିସପରେ ଆପଲ କେନ୍ଦ୍ର ସରକାର ଏବଂ ଇଣ୍ଡିଆନ କମ୍ଯୁଟର ଏମରଜେନ୍ସି ରେସ୍ପୋନ୍ସ ଟିମ୍ ସହିତ ମିଶି ବୈଠକ କରିଛି । ତେବେ ବୈଠକରେ କମ୍ପାନୀ ତରଫରୁ କୁହାଯାଇଛି ଯେ, ୟୁଜର୍ସଙ୍କୁ ପଠାଇଥିବା ନୋଟିଫିକେସନ ଇଣ୍ଟରନେସନାଲ ଧମକ ଥିଲା ଏବଂ ଏହା ପଛରେ କୌଣସି ସରକାରଙ୍କ ହାତ ନଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?