Posted inଜାତୀୟ

ଗୋଦାମରେ ସଢ଼ୁଛି ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ

ଭୋପାଳ, ୯ା୧: ସରକାରୀ ବ୍ୟବସ୍ଥାରେ ଅବହେଳା ଯୋଗୁ ମଧ୍ୟପ୍ରଦେଶର ଡିଣ୍ଡୋରି ସହରରେ ଥିବା ସରକାରୀ ଗୋଦାମଗୁଡ଼ିକରେ ୯ ଲକ୍ଷ କୁଇଣ୍ଟାଲର ଖାଦ୍ୟଶସ୍ୟ ସଢ଼ି ନଷ୍ଟ ହୋଇଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ନଷ୍ଟ ହୋଇଥିବା ଖାଦ୍ୟଶସ୍ୟ ମାସେ ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ଜନସାଧାରଣଙ୍କର ଭୋକ ମେଣ୍ଟାଇପାରିଥାନ୍ତା।

ନଷ୍ଟ ହୋଇଯାଇଥିବା ଖାଦ୍ୟଶସ୍ୟ ମଧ୍ୟରେ ୯୦%ରୁ ଅଧିକ ଗହମ ଥିବାନେଇ ରିପୋର୍ଟରେ ଉଲ୍ଲେଖ ରହିଛି। ମଧ୍ୟପ୍ରଦେଶ ରାଜ୍ୟ ନାଗରିକ ଯୋଗାଣ ନିଗମ ଏହି ସଢ଼ିଯାଇଥିବା ଖାଦ୍ୟଶସ୍ୟକୁ ବିକ୍ରି କରିବା ପାଇଁ ଟେଣ୍ଡର ଜାରି କରିଛି, ଯାହାଦ୍ୱାରା କିଛି ମାତ୍ରାରେ ସରକାରୀ କ୍ଷତିକୁ ପୁନରୁଦ୍ଧାର କରାଯାଇପାରିବ। ଘଟଣାକୁ ନେଇ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ଗୋବିନ୍ଦ ସିଂ ରାଜପୁତ କହିଛନ୍ତି, ଏହା ଏକ ପୁରୁଣା ମାମଲା ଯାହା ତାଙ୍କ ଦୃଷ୍ଟିକୁ ଆସିଛି।

ଘଟଣାରେ ଯେଉଁମାନେ ଦାୟୀ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିପ୍ରତି ସଜାଗ ରହିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପର୍ଯ୍ୟାୟକ୍ରମେ ବିଭିନ୍ନ ସରକାରୀ ଗୋଦାମଗୁଡ଼ିକୁ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଗୋବିନ୍ଦ କହିଛନ୍ତି। ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ ନଷ୍ଟ ହେବା ଦ୍ୱାରା ମଧ୍ୟପ୍ରଦେଶ ସରକାରଙ୍କୁ ଆନୁମାନିକ ୨୦୦ କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ ବୋଲି ଉକ୍ତ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri