Posted inଜାତୀୟ

ରାହୁଲଙ୍କ ଘରକୁ ୧ କିଲୋ ଜିଲାପି ପଠାଇଲା ହରିୟାଣା ଭାଜପା

ଚଣ୍ଡିଗଡ଼,୯।୧୦: ହରିୟାଣା ନିର୍ବାଚନରେ ଜିଲାପିକୁ ନେଇ ରାଜନୈତିକ ଚର୍ଚ୍ଚା ଶୀଖରରେ। ବିଶେଷକରି କଂଗ୍ରେସର ପରାଜୟ ପରେ ଭାଜପା ପକ୍ଷରୁ ଜିଲାପି ବାହାନାରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସକୁ କଟାକ୍ଷ କରାଯାଉଛି। ଲଗାତର ଭାବେ ତୃତୀୟ ଥର ଲାଗି ରାଜ୍ୟରେ ଭାଜପା ସରକାର ଗଠନ କରିଥିବାରୁ କର୍ମୀ ଉତ୍ସାହିତ ଅଛନ୍ତି। ହରିୟାଣା ଭାଜପାରେ ଉତ୍ସବର ମାହୋଲ ଦେଖାଯାଉଥିବା ବେଳେ ସେମାନେ ଏହି ଖୁସିକୁ ରାହୁଲଙ୍କ ସହ ବାଣ୍ଟିଛନ୍ତି। ହରିୟାଣା ଭାଜପା ରାହୁଲଙ୍କ ଲାଗି ୧ କିଲୋ ଜିଲାପି ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ପଠାଇଛନ୍ତି।

ହରିୟାଣା ଭାଜପା ପକ୍ଷରୁ ‘ଏକ୍ସ’ରେ ପୋଷ୍ଟ କରି କୁହାଯାଇଛି ଯେ, ଭାଜପାର ସମସ୍ତ କର୍ମୀଙ୍କ ପକ୍ଷରୁ ଆମେ ୧ କିଲୋ ଜିଲାପି ରାହୁଲଙ୍କ ଘରକୁ ପଠାଇ ଦେଇଛି। ଦଳ ଏହି ଅର୍ଡରର ଚିଠାକୁ ମଧ୍ୟ ପୋଷ୍ଟରେ ଯୋଡ଼ିଛି।

କହିରଖୁଛୁ, ନିଜର ଏକ ନିର୍ବାଚନୀ ସଭାରେ ରାହୁଲ କହିଥିଲେ ଯେ ଏହି ଅଞ୍ଚଳରେ ବହୁଳମାତ୍ରାରେ ଜିଲାପି ଉତ୍ପାଦନ ହେଉଛି। ଏଠାରୁ ଜିଲାପି ସାରା ଦେଶରେ ବିକ୍ରି କରାଯାଉଛି। ଏଥିରୁ ଲୋକେ ରୋଜଗାର ପାଇଥାନ୍ତି। ହେଲେ କେନ୍ଦ୍ର ସରକାରଙ୍କ ଜିଏସ୍‌ଟି ଯୋଗୁ ଜିଲାପି ବ୍ୟବସାୟୀଙ୍କୁ କ୍ଷତି ସହିବାକୁ ପଡ଼ୁଛି। ଏହି ବୟାନ ପରେ ରାହୁଲଙ୍କୁ ଭାଜପା ଟାର୍ଗେଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri