ସମୁଦ୍ରରେ କେବୁଲ ବିଛାଇବାରେ ଆତ୍ମନିର୍ଭରଶୀଳ ହେଲା ଭାରତ

ନୂଆଦିଲ୍ଲୀ, ୧୦।୮: ସମୁଦ୍ରରେ କେବୁଲ ବିଛାଇବାରେ ଭାରତ ଆତ୍ମନିର୍ଭରଶୀଳ ହୋଇଛି। ଏହା ଅର୍ନ୍ତଗତ ଚେନ୍ନାଇଠାରୁ ପୋର୍ଟବ୍ଲେୟାର ପର୍ଯ୍ୟନ୍ତ ୨୩୦୦ କିଲୋମିଟରର କେବୁଲ ବିଛାଯାଇଛି। ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ଏହା କରାଯାଇଛି। ଅପ୍ଟିକାଲ ଫାଇବର ବିଛା ହେବା ଦ୍ୱାରା ଏଠାରେ ଟେଲିକମ୍‌ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହୋଇପାରିବ। ଇଣ୍ଟରନେଟ୍‌ ସ୍ପିଡ୍‌ ପୂର୍ବ ତୁଳନାରେ ଦ୍ରୁତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଏହା ଦ୍ୱାରା ସୁରକ୍ଷା ବ୍ୟବସ୍ଥା ମଧ୍ୟ ବିକଶିତ ହୋଇପାରିବ। ସମୁଦ୍ରରେ ମୋଟ ୩୦ ହଜାର କିଲୋମିଟର ଅପ୍ଟିକାଲ ଫାଇବର ବିଛାଇବା ଲାଗି ଯୋଜନା କରାଯାଇଛି। ପୂର୍ବରୁ ବିଦେଶୀ ରାଷ୍ଟ୍ରରେ ଏଭଳି କେବୁଲ ବିଛା କାର୍ଯ୍ୟ କରାଯାଉଥିଲା। ତେବେ ଇତିମଧ୍ୟରେ ଭାରତ ମଧ୍ୟ ଏଭଳି କରିବାକୁ ସକ୍ଷମ ହୋଇଥିବା ପିଏଚଡି ଚ୍ୟାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିର ଟେଲିକମ୍‌ କମିଟି ଅଧ୍ୟକ୍ଷ ସନ୍ଦୀପ୍‌ ଅଗ୍ରଓ୍ବାଲ କହିଛନ୍ତି। ଏହି କାର୍ଯ୍ୟର ଶୁଭାରମ୍ଭ ୨୦୧୮ ଡିସେମ୍ବରରେ ହୋଇଥିଲା। ଅପ୍ଟିକାଲ କେବୁଲ ଯୋଗୁ ଏଠାରେ ଇଣ୍ଟରନେଟ୍‌ ସ୍ପିଡ୍‌ ୪୦୦ ଜିବିପିଏସ୍‌ ରହିବ। ଫଳରେ ଲୋକେ ମାତ୍ର କିଛି ସେକେଣ୍ଡ ମଧ୍ୟରେ୪୦ ହଜାର ଗୀତ ଡାଉନଲୋଡ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri