‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର କହିଛନ୍ତି। ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପରିସରରେ ଜି-୨୦ ଶିକ୍ଷା ଓ୍ବାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ ପରିପ୍ରେକ୍ଷୀରେ ଚାଲିଥିବା ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ’ର ସୋମବାର ଥିଲା ଦ୍ୱିତୀୟ ଦିବସ। କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ, ଏହି ସମ୍ମିଳନୀରେ ଲଜିଷ୍ଟିକ୍ସ କ୍ଷେତ୍ରରେ ସମନ୍ବୟ, ଉପକୂଳ ଅର୍ଥ ବ୍ୟବସ୍ଥା ଏବଂ ଦୀର୍ଘ ସ୍ଥାୟିତ୍ୱ ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଉଛି। ଉପକୂଳ ଅର୍ଥ ବ୍ୟବସ୍ଥାରେ ଦକ୍ଷତା ବିକାଶ ପରିଦୃଶ୍ୟ ପାଇଁ ଏସବୁ ଆଲୋଚନା ଜରୁରୀ। ଆଗାମୀ ଦିନରେ ଲଜିଷ୍ଟିକ୍ସ କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ପାଇଁ ଅପାର ସୁଯୋଗ ସୃଷ୍ଟି ହେବ। ସେମି କଣ୍ଡକ୍ଟର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ଦ୍ୱାରା ଏହାକୁ ସଶକ୍ତ କରାଗଲେ ନିବେଶ, ଉଦ୍ୟମିତା ଓ ନିଯୁକ୍ତି ପାଇଁ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇପାରିବ। ସୁଯୋଗର ପ୍ରତିନିଧିତ୍ୱ କରିବା ଏବଂ ଆହ୍ବାନର ମୁକାବିଲା କରିବା ଲାଗି ସମଗ୍ର ବିଶ୍ୱ ପାଇଁ ଏହାଏକ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ସେହିପରି ଦେଶରେ ମୋବାଇଲ ଫୋନ ଉତ୍ପାଦନ ସମ୍ପର୍କରେ ଉଦାହରଣ ଦେଇ କେନ୍ଦ୍ରମନ୍ତ୍ରୀ କହିଲେ, ୨୦୧୪ରେ ଭାରତରେ ବ୍ୟବହୃତ ୮୨% ମୋବାଇଲ ଫୋନ୍‌ ବାହାରୁ ଆମଦାନୀ କରାଯାଉଥିଲା। ମାତ୍ର ୨୦୨୨ରେ ଭାରତରେ ଉପଯୋଗ କରାଯାଉଥିବା ପ୍ରାୟ ୧୦୦% ମୋବାଇଲ ଫୋନ୍‌ ଆମ ଦେଶରେ ହିଁ ନିର୍ମାଣ କରାଯାଉଛି। ୨୦୧୪ରେ ଭାରତର ମୋବାଇଲ ଫୋନ ରପ୍ତାନି ସମ୍ପୂର୍ଣ୍ଣ ଶୂନ୍ୟ ସ୍ତରରେ ଥିବାବେଳେ ଚଳିତବର୍ଷ ୧୧ ବିଲିୟନ ଡଲାର ମୂଲ୍ୟର ଆପଲ୍‌ ଏବଂ ସାମ୍‌ସଙ୍ଗ ଫୋନ ବିଦେଶକୁ ରପ୍ତାନି କରିଛି। ଏବେ ବିଶ୍ୱର ବଡ଼ବଡ଼ ସେମି କଣ୍ଡକ୍ଟର, ଇଲେକ୍ଟ୍ରୋନିକ୍ସ, ମୋବାଇଲ ଏବଂ ଅନ୍ୟାନ୍ୟ ଉତ୍ପାଦ ନିର୍ମାତା ଭାରତରେ ସେମାନଙ୍କ ସାମଗ୍ରୀ ତିଆରି ସହ ବିକ୍ରି ଓ ରପ୍ତାନି କରିବା ଲାଗି ଆଗ୍ରହୀ ହେଉଛନ୍ତି। ଦେଶରେ ଲଜିଷ୍ଟିକ୍ସ ଇକୋସିଷ୍ଟମ ଏବେ ଅଧିକ ଦକ୍ଷ ହୋଇପାରିଛି। ଭବିଷ୍ୟତରେ ସ୍କିଲିଂ, ଅପସ୍କିଲିଂ ଓ ରିସ୍କିଲିଂ ବା ନିରନ୍ତର ଦକ୍ଷତା ବିକାଶ ଉପରେ ଗୁରୁତ୍ୱାରୋପ କରାଯିବ। ତେଣୁ ଦକ୍ଷତା ବିକାଶ ସବୁବେଳେ ଏକ ନିରନ୍ତର ପ୍ରକ୍ରିୟା ହୋଇ ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ସମାରୋହରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସଚିବ ଅତୁଲ କୁମାର ତିୱାରୀ, ସିଆଇଆଇର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ଟିଭିଏସ ସପ୍ଲାଇ ଚେନ ସଲ୍ୟୁଶନ୍ସର ଉପସଭାପତି ଆର୍‌. ଦିନେଶ, ଡେଲଏଟ୍‌ର ଭାଗୀଦାର ଏନ୍‌.ଏସ୍‌.ଏନ୍‌. ମୂର୍ତ୍ତି ପ୍ରମୁଖ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?