ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା ଦରକାର ବୋଲି ସେ କହିଛନ୍ତି। ୧୦ ବର୍ଷ ପୂର୍ବେ ଭାରତର ଅବସ୍ଥା କଣ ଥିଲା, ମନେ ପକାନ୍ତୁ । ଏଠାରେ କିଛି ବଦଳିବ ନାହିଁ, ଏମିତି ରହିବ ବୋଲି ଭାବୁଥିଲେ। ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତ ବଦଳି ଯାଇଛି ବୋଲି ନଡ୍ଡା କହିଛନ୍ତି।
ଜୟ ଜଗନ୍ନାଥ କହି ଭାଜପା ଆରମ୍ଭ କରି ନଡ୍ଡା କହିଛନ୍ତି, ଓଡ଼ିଶାକୁ ଆଗକୁ ନେବାକୁ ନିର୍ବାଚନ ଇଏ। ମୋଦିଙ୍କ ବିକାଶକୁ ପହଞ୍ଚାଇବାକୁ ହେଲେ ଓଡ଼ିଶାରେ ଭାଜପା ସରକାର ଗଠନ ହେବା ଜରୁରୀ। ଓଡ଼ିଶାର ୩ କୋଟି ୨୦ ଲକ୍ଷ ଲୋକଙ୍କୁ ମାଗଣା ରାଶନ ମିଳିଛି। ଗତ ୫ ବର୍ଷରେ ୪ କୋଟି ପକ୍କା ଘର ବଣ୍ଟନ କରାଯାଇଛି। ୧୦ କୋଟି ୭୪ ଲକ୍ଷ ପରିବାରକୁ ଆୟୁଷ୍ମାନ ଭାରତ ସୁବିଧା ମିଳୁଛି। କିନ୍ତୁ ଆୟୁଷ୍ମାନ ଭାରତ ଯୋଜନାରୁ ଏଠାରେ ଓଡ଼ିଶାର ଲୋକଙ୍କୁ ବଞ୍ଚିତ କରିଛନ୍ତି ଏ ସରକାର। ଏଭଳି ସରକାର ରହିବା ଅପେକ୍ଷା ବଦଳିବା ଦରକାର। ବିପକ୍ଷ ଥିବା ସତ୍ତ୍ୱେ ଓଡ଼ିଶାକୁ କେନ୍ଦ୍ରରୁ ସର୍ବାଧିକ ଅନୁଦାନ ମିଳିଛି। ରେଲୱେରେ ଓଡ଼ିଶା ପାଇଁ ୧୨ ଗୁଣା ବଜେଟ ବଢ଼ାଯାଇଛି। ୫୫୦ କୋଟି ଟଙ୍କାରେ ୨୫ ରେଳ ଷ୍ଟେଶନ କାମ ଚାଲିଛି।
ନଡ୍ଡା ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା ନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ବାହାର ଲୋକଙ୍କୁ ଆଣିବାକୁ ଚେଷ୍ଟା ଚାଲିଛି। ଏଥିପ୍ରତି ଓଡ଼ିଶାବାସୀ ସଚେତନ ହେବା ଜରୁରୀ। ଏଠାରେ ନେତା, ଅଫିସରଙ୍କ ଦୁର୍ନୀତି ଚାଲିଛି, ବାବୁରାଜ ଚାଲିଛି ଚିଟଫଣ୍ଡ ଦୁର୍ନୀତିରେ ବୁଡ଼ିଥିବା ସରକାରକୁ ରହିବା ଦରକାର ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri