Posted inଜାତୀୟ

‘ପ୍ରଧାନମନ୍ତ୍ରୀ ଠିକ କରିଛନ୍ତି’ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ସରକାରଙ୍କ ପକ୍ଷ ନେଲେ ମନମୋହନ

ନୂଆଦିଲ୍ଲୀ,୮।୯: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରୁଷିଆ-ୟୁକ୍ରେନ ଯୁଦ୍ଧରେ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ସମର୍ଥନ କରିଛନ୍ତି। ଶାନ୍ତି ପାଇଁ ଆବେଦନ କରୁଥିବାବେଳେ ଭାରତ ନିଜର ସାର୍ବଭୌମତ୍ୱ ଏବଂ ଅର୍ଥନୈତିକ ସ୍ବାର୍ଥକୁ ପ୍ରଥମ କରି ଠିକ କାର୍ଯ୍ୟ କରିଛି ବୋଲି ସେ କହିଛନ୍ତି।

ଜି -୨୦ ବୈଠକ ପୂର୍ବରୁ ଏକ ସାକ୍ଷାତକାରରେ ମନମୋହନ ସିଂ ଏହା କହିଛନ୍ତି। ଘରୋଇ ରାଜନୀତିରେ ବୈଦେଶିକ ନୀତି ବ୍ୟବହାର ନ କରିବାକୁ ସେ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଜି -୨୦ ଦେଶ ଉପରେ ଭାରତ ଅଧ୍ୟକ୍ଷତା କରୁଛି। ଏଭଳି ପରିସ୍ଥିତିରେ ସେପ୍ଟେମ୍ବର ୯ ଏବଂ ୧୦ରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପାଇଁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନେକ ଦେଶର ନେତା ଦିଲ୍ଲୀରେ ଏକାଠି ହେବେ। ତେବେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏହି ସମ୍ମିଳନୀରେ ଯୋଗ ଦେଉନାହାଁନ୍ତି।
ସୂଚନାନୁସାରେ, ୨୦୦୪ରୁ ୨୦୧୪ମଧ୍ୟରେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏର ଦୁଇ କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କୁ ଶନିବାର ଜି -୨୦ ନେତାଙ୍କ ପାଇଁ ଆୟୋଜିତ ରାତ୍ରୀ ଭୋଜନକୁ ନିମନ୍ତ୍ରଣ କରାଯାଇଛି।
ୟୁକ୍ରେନ-ରୁଷ ଯୁଦ୍ଧ ଉପରେ ସରକାରଙ୍କ କଠୋର କୂଟନୈତିକ ସ୍ଥିତିକୁ ନିୟନ୍ତ୍ରଣ କରିବା ଉପରେ ମନମୋହନ ସିଂ କହିଛନ୍ତି ଯେ କେନ୍ଦ୍ର ଠିକ କାର୍ଯ୍ୟ କରିଛି। ସେ କହିଛନ୍ତି ଯେ ଯେତେବେଳେ ଦୁଇ କିମ୍ବା ଅଧିକ ଦେଶ ମଧ୍ୟରେ ଯୁଦ୍ଧ ହୁଏ, ସେତେବେଳେ ଅନ୍ୟ ଦେଶ ଉପରେ ପକ୍ଷ ବାଛିବା ପାଇଁ ଚାପ ପଡ଼େ। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୋର ବିଶ୍ୱାସ ଶାନ୍ତି ପାଇଁ ଆବେଦନ କରୁଥିବାବେଳେ ଆମର ସାର୍ବଭୌମତ୍ୱ ତଥା ଅର୍ଥବୈତିକ ସ୍ବାର୍ଥକୁ ପ୍ରଥମ କରି ଭାରତ ସଠିକ କାର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri