ବ୍ରିକ୍ସ ସମ୍ପ୍ରସାରଣକୁ ଭାରତର ପୂର୍ଣ୍ଣ ସମର୍ଥନ ରହିଛି: ମୋଦି

ଜୋହାନ୍ସବର୍ଗ,୨୪ା୮(ପି.ଟି.) : ବ୍ରିକ୍ସର ସମ୍ପ୍ରସାରଣକୁ ଭାରତ ପୂର୍ଣ୍ଣ ସମର୍ଥନ କରେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିବା ସହ ଏନେଇ ଅନ୍ୟ ସଦସ୍ୟ ରାଷ୍ଟ୍ରଗୁଡ଼ିକର ସହମତିକୁ ସ୍ବାଗତ କରିଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସହଯୋଗ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ମହାକାଶ ଆବିଷ୍କାର ସମେତ ୫ଟି ପ୍ରସ୍ତାବ ଉପସ୍ଥାପନ କରିଥିଲେ। ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସ ସମିଟ୍‌ରେ ପ୍ରଧାନମନ୍ତ୍ରୀ ବିଶ୍ୱକୁ ଧ୍ରୁବୀକରଣ ନୁହେଁ ଏକତାର ବାର୍ତ୍ତା ଦେବାକୁ ଆହ୍ବାନ ଦେଇଥିଲେ।

ଏଥିସହିତ ଜାତିସଂଘ ସୁରକ୍ଷା ପରିଷଦର ସଂସ୍କାର ପାଇଁ ଏକ ପରିଭାଷିତ ସମୟସୀମା ଧାର୍ଯ୍ୟ କରିବାକୁ ସେ କହିଥିଲେ। ବିଶ୍ୱ ବାଣିଜ୍ୟ ସଂଗଠନ ସମେତ ବିଭିନ୍ନ ବହୁପକ୍ଷୀୟ ଫାଇନାନ୍ସିଆଲ ସଂସ୍ଥାରେ ସଂସ୍କାର ଆଣିବା ଏବଂ ବ୍ରିକ୍ସ ମହାକାଶ ଆବିଷ୍କାର କନସୋର୍ଟିୟମ ଗଠନ ଲାଗି ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ।

ଟେଲିଭିଜନ ଉଦ୍‌ବୋଧନରେ ମୋଦି କହିଥିଲେ, ବ୍ରିକ୍ସକୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ସଂଗଠନରେ ପରିଣତ କରିବାରେ ପ୍ରଯୁକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇପାରିବ। ଡିଜିଟାଲ କ୍ଷେତ୍ରରେ ଭାରତ ବିଶେଷଜ୍ଞତା ଶେୟାର କରିବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀ ବ୍ରିକ୍ସର ନୂଆ ସଂଜ୍ଞା ବ୍ରେକିଂ ବ୍ୟାରିଅର, ରିଭିଟାଲାଇଜିଙ୍ଗ ଇକୋନୋମିକ୍ସ, ଇନସ୍ପାୟାରିଂ ଇନୋଭେଶନ, କ୍ରିଏଟିଙ୍ଗ ଅପର୍ଚୁନିଟିଜ୍‌ ଆଣ୍ଡ ଶେପିଂ ଦି ଫ୍ୟୁଚର (ପ୍ରତିବନ୍ଧକ ଦୂରକରିବା, ଅର୍ଥନୀତିକୁ ପୁନଃଶକ୍ତିଶାଳୀ କରିବା, ପ୍ରେରଣାଦାୟୀ ନବପ୍ରବର୍ତ୍ତନ, ସୁଯୋଗ ସୃଷ୍ଟି ଏବଂ ଭବିଷ୍ୟତ ବନାଇବା) ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri