ଭାରତ ସର୍ବାଧିକ ସହାୟତା ଦେଇଛି: ଓ୍ବିକ୍ରମ୍‌ସିଂହେ

କଲମ୍ବୋ,୧୧।୪ : ଆର୍ଥିକ ଚ୍ୟାଲେଞ୍ଜକୁ ପରିଚାଳନା କରିବାରେ ଅପାରଗ ରାଜପାକ୍‌ସେ ସରକାର ଶ୍ରୀଲଙ୍କାକୁ ଗମ୍ଭୀର ଅର୍ଥନୈତିକ ଓ ରାଜନୈତିକ ସଙ୍କଟ ମଧ୍ୟକୁ ନେଇଯାଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରମ୍‌ସିଂହେ ରବିବାର ଅଭିଯୋଗ କରିଛନ୍ତି। ସଙ୍କଟ ସମୟରେ ଭାରତ ଶ୍ରୀଲଙ୍କାକୁ ସର୍ବାଧିକ ସହାୟତା ଯୋଗାଇଛି। ଇନ୍ଧନ ପାଇଁ ଭାରତ ଯୋଗାଇ ଦେଇଥିବା ଋଣ ମେ’ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ଯିବ। ଏହା ପରେ ଶ୍ରୀଲଙ୍କାର ସମସ୍ୟା ଆହୁରି ବଢ଼ିଯିବ। କେବଳ ଋଣ ନୁହେଁ, ନୂଆଦିଲ୍ଲୀ ଶ୍ରୀଲଙ୍କାକୁ ଡିଜେଲ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ଯୋଗାଇ ଦେଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ କହିଛନ୍ତି।
ଗୋଟାବାୟା ସରକାରଙ୍କ ବିଫଳତା ଯୋଗୁ ଦେଶ ଏଭଳି ଅଭୂତପୂର୍ବ ସ୍ଥିତିର ସମ୍ମୁଖୀନ ହୋଇଛି, ଯେଉଁଠି ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଲାଗି ଲମ୍ବା ଧାଡ଼ିରେ ଛିଡ଼ାହେବାକୁ ପଡ଼ୁଛି। ୨୦୧୯ରେ ଓ୍ବିକ୍ରମସିଂହେ ପ୍ରଧାନମନ୍ତ୍ରୀ ଥିବାବେଳେ ଶ୍ରୀଲଙ୍କା ବଳକା ପୁଞ୍ଜି ସ୍ଥିତିରେ ରହିଥିଲା। ବର୍ତ୍ତମାନର ସରକାର ଲୋକଙ୍କୁ ରାସ୍ତାକୁ ନେଇଆସିଥିବା ସେ କହିଛନ୍ତି। ବିଦେଶୀ ବିନିମୟ ଭଣ୍ଡାରରେ ଯଥେଷ୍ଟ ଅର୍ଥ ନ ଥିବାରୁ ବିଲ୍‌ ପୈଠ ପାଇଁ ପ୍ରମୁଖ ରପ୍ତାନି କମ୍ପାନୀଗୁଡ଼ିକଠାରୁ ସରକାରଙ୍କୁ ଋଣ କରିବାକୁ ପଡ଼ୁଛି। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌)ରୁ ଋଣ ଆଣିବା ପାଇଁ ଶ୍ରୀଲଙ୍କା ଅର୍ଥମନ୍ତ୍ରୀ ଓ କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର ଖୁବ୍‌ଶୀଘ୍ର ଏହା ସହ ଆଲୋଚନା କରିବାକୁ ଯାଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?