ଦରବୃଦ୍ଧି ସତ୍ତ୍ୱେ ଗହମ ଆମଦାନୀ କରିବେ ନାହିଁ ସରକାର: ରିପୋର୍ଟ

ନୂଆଦିଲ୍ଲୀ,୧୫।୧: ଡିସେମ୍ବର ମାସରେ ଦେଶରେ ମୁଦ୍ରାସ୍ପିତି ବୃଦ୍ଧି ପାଇ ତିନି ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହା ସହିତ ବିଭିନ୍ନ ଖାଦ୍ୟଶସ୍ୟ ସହିତ ଗହମର ମୂଲ୍ୟ ମଧ୍ୟ ଆକାଶଛୁଆଁ ହୋଇଛି। ମୂଲ୍ୟବୃଦ୍ଧି ପରେ ମଧ୍ୟ ଭାରତ ସରକାରଙ୍କର ଗହମ ଆମଦାନୀ ନେଇ କୌଣସି ଯୋଜନା ନଥିବା ଜଣାପଡିଛି। ଆଶା କରାଯାଉଛି ଯେ, ଆଗାମୀ ଅମଳ ଋତୁରେ ପ୍ରଚୁର ଗହମ ଅମଳ ହୋଇପାରେ।

ଶନିବାର କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋୟେଲ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଗ୍ରାଉଣ୍ଡ ରିପୋର୍ଟ ଅନୁଯାୟୀ ଚଳିତ ଋତୁରେ ଫସଲ ଭଲ ହୋଇଛି ଏବଂ ଅମଳ ୧୧୪ ମିଲିୟନ ମେଟ୍ରିକ ଟନ୍ ହେବା ଆଶା କରାଯାଉଛି।

ଗ୍ରୀଷ୍ମ ପ୍ରବାହ କାରଣରୁ ୨୦୨୨ରେ ଅମଳ ହ୍ରାସ ପରେ ଭାରତ ସରକାର ଗହମ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଥିଲେ। ତେବେ ଋଷ ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱରେ ଗହମର ମୂଲ୍ୟ ଆହୁରି ବଢି ଯାଇଥିଲା, ଯାହାର ପ୍ରଭାବ ଭାରତୀୟ ବଜାର ଉପରେ ମଧ୍ୟ ପଡିଥିଲା।

ଏହାପରେ ଦେଶରେ ଗହମର ମୂଲ୍ୟକୁ ନିୟନ୍ତ୍ରଣରେ ରଖିବା ପାଇଁ ୨୦୨୩ ଜୁନ ମାସ ପରଠାରୁ ଭାରତ ସରକାର ଖୋଲା ବଜାରରେ ପ୍ରାୟ ୬ ମିଲିୟନ ମେଟ୍ରିକ ଟନ୍ ଗହମ ବିକ୍ରି କରିଛନ୍ତି।

ଏତେ ମାତ୍ରାରେ ଖୋଲା ବଜାରରେ ବିକ୍ରି ସତ୍ତ୍ୱେ ସରକାରୀ କର୍ମଚାରୀମାନେ ସୂଚନା ଦେଇଛନ୍ତି ଯେ ରାଜ୍ୟ ଗୋଦାମରେ ଥିବା ଭଣ୍ଡାରଗୁଡ଼ିକରେ ଏପ୍ରିଲ ୧ ରେ ନୂତନ ମାର୍କେଟିଂ ବର୍ଷ ଆରମ୍ଭ ସୁଦ୍ଧା ୭.୪୬ ନିୟୁତ ମେଟ୍ରିକ୍ ଟନ୍ ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ହେବ।

ଜାନୁଆରୀ ୧ ସୁଦ୍ଧା, ରାଜ୍ୟ ଗୋଦାମରେ ଦେଶର ଗହମ ଷ୍ଟକ୍ ୧୬.୪୭ ନିୟୁତ ମେଟ୍ରିକ୍ ଟନରେ ପହରହିଛି ଞ୍ଚିଛି, ଯାହା ୨୦୧୭ ଠାରୁ ସର୍ବନିମ୍ନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri