Posted inଜାତୀୟ

ବର୍ଷକରେ ୯୬୫ ଥର ଥରିଛି ଭାରତ

ନୂଆଦିଲ୍ଲୀ,୧୩।୨: ଦେଶରେ ଗତବର୍ଷ ୯୬୫ ଥର ଭୂକମ୍ପ ଘଟିଛି। ପ୍ରତିଦିନ ହାରାହାରି ୩ ଥର ଭୂକମ୍ପ ହୋଇଥିବା ନେଇ ବିଜ୍ଞାନ ଜ୍ଞାନକୌଶଳ ତଥା ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଫେବୃୟାରୀ ୫ରେ ଲୋକ ସଭାରେ ଉତ୍ତର ରଖିଥିଲେ। ୨୦୨୦ ଜାନୁୟାରୀ ୧ରୁ ଡିସେମ୍ବର ୩୧ ମଧ୍ୟରେ ଏହା ଘଟିଥିବା ସେ କହିଥିଲେ। ସେଥିମଧ୍ୟରୁ ଦିଲ୍ଲୀ ଏନ୍‌ସିଆର୍‌ରେ ୧୩ ଥର ଭୂକମ୍ପ ହୋଇଛି। ଘଟିଥିବା ସମସ୍ତ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩ ଅବା ଏହାଠାରୁ ଅଧିକ ରହିଛି। ଭୋଲକାନୋ ଡିସକଭରି ଡଟ୍‌ କମ୍‌ ଅନୁସାରେ ଗତ ବର୍ଷ ୬ ତୀବ୍ରତାଯୁକ୍ତ ୨ ଥର ଭୂକମ୍ପ ଅନୁଭୁତ ହୋଇଛି। ସେହିପରି ୫ରୁ ୬ ତୀବ୍ରତାଯୁକ୍ତ ୨୫ ଭୂକମ୍ପ ହୋଇଛି। ଅପରପକ୍ଷରେ ୪ରୁ ୫ ତୀବ୍ରତାଯୁକ୍ତ ୩୫୫ ଥର ଭୂକମ୍ପ ଘଟିଛି। ସେହିପରି ୩ରୁ ୪ ତୀବ୍ରତାଯୁକ୍ତ ୩୮୮ ଏବଂ ୨ରୁ ୩ ତୀବ୍ରତାଯୁକ୍ତ ୧୦୮ ଥର ଭୂକମ୍ପ ହୋଇଛି। ଭାରତରେ ଭୂକମ୍ପ ହେବା ଘଟଣା ବଢୁଥିବାରୁ ଭୂବିଜ୍ଞାନୀଙ୍କ ମଧ୍ୟରେ ଚିନ୍ତା ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri