‘ନୂଆ କୁଏତ୍‌’ ନିର୍ମାଣ ପାଇଁ ଭାରତ ପାଖରେ ଦକ୍ଷତା ଓ ପ୍ରଯୁକ୍ତି ରହିଛି: ପ୍ରଧାନମନ୍ତ୍ରୀ ମୋଦି

କୁଏତ୍‌ ସିଟି,୨୧ା୧୨: ଦୁଇଦିନିଆ କୁଏତ୍‌ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାରେ ଅନୁଷ୍ଠିତ ‘ହାଲା ମୋଦି’ ଡାଏସ୍‌ପୋରା କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟଙ୍କୁ ଭେଟି ଆଲୋଚନା କରିଛନ୍ତି। ‘ନୂଆ କୁଏତ୍‌’ ନିର୍ମାଣ ପାଇଁ ଭାରତ ପାଖରେ ଆବଶ୍ୟକ ମାନବ ସମ୍ବଳ, ଦକ୍ଷତା ଓ ପ୍ରଯୁକ୍ତି ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। କୁଏତ୍‌ ଅମିର ଶେଖ୍‌ ମେଶାଲ ଅଲ୍‌-ଅହମଦ ଅଲ୍‌-ଜାବେର ଅଲ୍‌-ସବାହଙ୍କ ଆମନ୍ତ୍ରଣ କ୍ରମେ ୪୩ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ସେଠାକୁ ଯାଇଛନ୍ତି। ତାଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ସମ୍ପର୍କକୁ ମଜଭୁତ କରିବ ବୋଲି ଆଶା କରାଯାଉଛି। ସେ ଅମିରଙ୍କୁ ଭେଟି ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ଗସ୍ତ ଅବସରରେ ମୋଦି ୧୦୧ ବର୍ଷୀୟ ପୂର୍ବତନ ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଅଫିସର ମଙ୍ଗଲ ସୈନ ହାନ୍ଦାଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ଭାବେ ତାଙ୍କୁ ଭେଟିବା ପାଇଁ ଆସି ଖୁବ୍‌ ଆନନ୍ଦିତ ବୋଲି କହିଛନ୍ତି। ପୁଅ ଦିଲୀପ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଏଥିପାଇଁ କୃତଜ୍ଞତା ଜଣାଇଛନ୍ତି। ମଙ୍ଗଲଙ୍କୁ ଭେଟିବା ପାଇଁ ତାଙ୍କୁ ନାତୁଣୀ ଶ୍ରେୟା ଜୁନେଜା ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଥିଲେ। କୁଏତ୍‌ର ଉପସାଗରୀୟ ଲେବର କ୍ୟାମ୍ପ୍‌କୁ ମଧ୍ୟ ମୋଦି ଯାଇ ଶ୍ରମିକମାନଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri