Posted inଖେଳ

ଭାରତର ପାଳି ଘୋଷଣା

ଲଣ୍ଡନ,୧୬।୮: ଲଡର୍‌ସ ଟେଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୨୭ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୨୮୯ ରନ୍‌ କରି ପାଳି ଘୋଷଣା କରିଛି। ବର୍ତ୍ତମାନ ଘରୋଇ ଇଂଲଣ୍ଡ ଠାରୁ ୨୭୧ରନ୍‌ ଆଗରେ ଅଛି ଟିମ୍‌ ଇଣ୍ଡିଆ।

ଦ୍ୱିତୀୟ ଇନିଂସରେ ଫେଲ୍‌ ମାରିଥିଲା ଭାରତୀୟ ଦଳର ଟପ୍‌ ଅର୍ଡର। ମାତ୍ର ୫୫ ରନ୍‌ ମଧ୍ୟରେ ପଡ଼ି ସାରିଥିଲା ରୋହିତ ଶର୍ମା (୨୧), ଲୋକେଶ ରାହୁଲ (୫) ଓ ଅଧିନାୟକ ବିରାଟ କୋହଲି (୨୦)ଙ୍କ ଉଇକେଟ। ସଙ୍କଟ ଜନକ ପରିସ୍ଥିତିରେ ସ୍ଥିତି ସମ୍ଭାଳିଥିଲେ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୬୧) ଓ ଚେତେଶ୍ୱର ପୂଜାରା (୪୫)। ଦୁହେଁ ଚତୁର୍ଥ ଉଇକେଟ ପାଇଁ ଯୋଡ଼ିଥିଲେ ୧୦୦ ରନ୍‌। କିନ୍ତୁ କ୍ରମାଗତ ବ୍ୟବଧାନରେ ୩ ଉଇକେଟ ପଡ଼ିବାରୁ ଟିମ୍‌ ଇଣ୍ଡିଆ ପୁଣି ଥରେ ସଙ୍କଟରେ ପଡିଥିଲା। ଭାରତୀୟ ଦଳ ଚତୁର୍ଥ ଦିନ ସୁଦ୍ଧା ୬ ଉଇକେଟ ହରାଇ ୧୮୧ ରନ୍‌ କରିଥିଲା। ପଞ୍ଚମ ଦିନରେ ପନ୍ତ ୧୪ ଓ ଈଶାନ୍ତ ଶର୍ମା ୪ ରନ୍‌ କରି ପଡିଆକୁ ଓହ୍ଲାଇ ଥିଲେ। ହେଲେ ସକାଳୁ ସକାଳୁ ପନ୍ତ ୨୨ ଏବଂ ଈଶାନ୍ତ ୧୬ ରନ୍‌ କରି ଆଉଟ ହୋଇଯାଇଥିଲେ। ଏଭଳି ସ୍ଥିତିରେ ମହମ୍ମଦ ଶାମି ଏବଂ ଜଶପ୍ରୀତ ବୁମ୍‌ରା ଧର୍ଯ୍ୟର ସହ ବ୍ୟାଟିଂ କରିଥିଲେ। ଶାମି ୫୬ ରନ୍‌ କରିଥିବା  ବେଳେ ବୁମ୍‌ରା ୩୪ ରନ୍‌ କରିଥିଲେ। ଫଳରେ ଭାରତ ୨୮୯ ରନ୍‌ କରି ପାଳି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri