Posted inଖେଳ

ସମ୍ମାନ ହାସଲ କରିଛି ଭାରତ: କୋହଲି

ଲଣ୍ଡନ, ୭ା୬ (ପି.ଟି.): ସମୟ ସହିତ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆରେ ସମ୍ମାନ ହାସଲ କରିଛି ବୋଲି କହିଛନ୍ତି ଭାରତୀୟ ବ୍ୟାଟର ବିରାଟ କୋହଲି। ପୂର୍ବରୁ ଅଷ୍ଟ୍ରେଲିଆ ଭାରତକୁ ଏହାର ପ୍ରତିଦ୍ୱନ୍ଦ୍ୱୀ ଭାବରେ ଗଣୁଥିଲା। ତେବେ ଭାରତୀୟ ଦଳ କ୍ରମାଗତ ଦୁଇଟି ସିରିଜରେ ଅଷ୍ଟ୍ରେଲିଆକୁ ତାର ନିଜ ମାଟିରେ ହରାଇବା ପରେ ପ୍ରତିଦ୍ୱନ୍ଦ୍ୱିତାକୁ ବର୍ତ୍ତମାନ ଦଳ ସମ୍ମାନରେ ପରିଣତ କରିବାରେ ସଫଳ ହୋଇଛି ବୋଲି କହିଛନ୍ତି ବିରାଟ। ୨୦୧୮-୧୯ ଓ ୨୦୨୦-୨୧ରେ ଭାରତ ୨-୧ରେ ସିରିଜ ଜିତିବା ପରେ ଏହି ପରିବର୍ତ୍ତନ ଆସିଥିବା କୋହଲି କହିଛନ୍ତି। ପୂର୍ବରୁ ଉଭୟ ଦଳ ଖେଳୁଥିବା ବେଳେ ପଡିଆରେ ମାହୋଲ ଉତ୍ତେଜନାପୂର୍ଣ୍ଣ ରହୁଥିଲା। ସମୟକ୍ରମେ ଏଥିରେ ପରିବର୍ତ୍ତନ ଆସିଥିବା କହିଛନ୍ତି କୋହଲି। ଅଷ୍ଟ୍ରେଲିଆ ଏକ ଶକ୍ତିଶାଳୀ ଦଳ ହୋଇଥିବା ବେଳେ ସେମାନଙ୍କ ବିରୋଧରେ ପ୍ରଦର୍ଶନ କରିବା ପାଇଁ ନିଜକୁ ସର୍ବଦା ଉତ୍ସାହିତ କରିବାକୁ ପଡିଥାଏ ବୋଲି ସେ କହିଛନ୍ତି। ଉଭୟ ଦଳର ଓଭାଲରେ ରେକର୍ଡ ଭଲ ନ ଥିବା ବେଳେ ଏଥିରେ ଉନ୍ନତି ଆଣିବାକୁ ପ୍ରୟାସ କରାଯିବ ବୋଲି କୋହଲି କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଅଷ୍ଟ୍ରେଲିଆ ଏହି ଗ୍ରାଉଣ୍ଡରେ ୩୮ ମ୍ୟାଚ୍‌ ଖେଳି ୭ ବିଜୟ ହାସଲ କରିଥିବା ବେଳେ ଭାରତ ୧୪ ମ୍ୟାଚ୍‌ରୁ ୨ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri