Posted inଖେଳ

ଫାଇନାଲରେ ଭାରତ

ବେନୋନି, ୭ା୨ (ପି.ଟି.): ସ୍ଥାନୀୟ ଓ୍ବିିଲୋମୁର୍‌ ଷ୍ଟାଡିୟମରେ ମଙ୍ଗଳବାର ୫ଥର ଚାମ୍ପିୟନ ଭାରତ ୨ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ଆଇସିସି କ୍ରିକେଟ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ୨୪୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଦଳ ୪୮.୫ ଓଭରରେ ୮ ଉଇେକେଟ ବିନିମୟରେ୨୪୮ ରନ କରି ମ୍ୟାଚ ଜିତି ନେଇଥିଲା। ମ୍ୟାଚରେ ଭାରତ ୩୨ରନ ସ୍କୋରରେ ୪ ଉଇକେଟ ହରାଇ ସଂକଟରେ ପଡ଼ିଥିଲା। ତେବେ ସଚିନ ଧସ୍‌ (୯୬ରନ) ଓ ଅଧିନାୟକ ଉଦୟ ସହରନ (୮୧)ଙ୍କ ମଧ୍ୟରେ ୫ମ ଉଇକେଟରେ ୧୭୧ ରନର ପାର୍ଟନରଶିପ ଯୋଗୁ ଦଳ ପାଇଁ ବିଜୟ ପଥ ସୁଗମ ହୋଇଥିଲା।
ପୂର୍ବରୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ହରାଇ ୨୪୪ ରନ କରିଥିଲା। ଦଳ ପକ୍ଷରୁ ଲଢୁଆ ପ୍ରଦର୍ଶନ କରିଥିବା ଦୁଇ ଖେଳାଳି ଉଇକେଟକିପର ବ୍ୟାଟର ଲୁହାନ ଡିରେ ପ୍ରିଟୋରିଅସ୍‌ ୭୬ (୧୦୨ ବଲ୍‌) ଓ ରିଚାର୍ଡ ସିଲେଟସ୍ବେନ ୬୪ (୧୦୦ ବଲ୍‌) ରନ କରିପାରିଥିଲେ। ଭାରତ ତରଫରୁ ଶ୍ରେଷ୍ଠ ବୋଲିଂ କରିଥିବା ରାଜ ଲିମ୍ବାନୀ ୬୦ରନ ବିନିମୟରେ ୩ ଉଇକେଟ ଅକ୍ତିଆର କରିଥିଲେ। ମୁଶିର ଖାନ୍‌ ୨ ଏବଂ ନମନ ତିଓ୍ବାରୀ ଓ ସୌମି ପାଣ୍ଡେ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ। ଗୁରୁବାର ଫାଇନାଲ ମ୍ୟାଚ ଖେଳାଯିବ। ଭାରତ ଏଥିରେ ପାକିସ୍ତାନ କିମ୍ବା ଅଷ୍ଟ୍ରେଲିଆକୁ ଭେଟିବ।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ଇନିଂସ: ୫୦ ଓଭରରେ ୨୪୪/୭ (ଲୁହାନ ଡିରେ ପ୍ରିଟୋରିଅସ୍‌-୭୬, ରିଚାର୍ଡ ସିଲେଟସ୍ବେନ-୬୪; ରାଜ ଲିମ୍ବାନୀ-୩/୬୦, ମୁଶିର ଖାନ୍‌-୨/୪୩)। ଭାରତ ଇନିଂସ: ୪୮.୫ ଓଭରରେ-୨୪୮/୮ (ସଚିନ ଧସ୍‌-୯୬, ଉଦୟ ସହରନ -୮୧; ଟ୍ରିଷ୍ଟାନ ଲୁସ୍‌-୩/୩୭, କ୍ୱେନା ମାଫାକା-୩/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri