Posted inଖେଳ

କ୍ୱାର୍ଟର ଫାଇନାଲରେ ଭାରତ

ଭୁବନେଶ୍ୱର,୨୭।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ହକି ପୁରୁଷ ଜୁନିୟର ବିଶ୍ୱକପ୍‌ର କ୍ବାର୍ଟର ଫାଇନାଲରେ ଭାରତ ପ୍ରବେଶ କରିଛି। ପୁଲ୍‌ ‘ବି’ର ଶନିବାର ଅନୁଷ୍ଠିତ ଶେଷ ଲିଗ୍‌ ମ୍ୟାଚରେ ଭାରତ ୮-୨ ଗୋଲରେ ପୋଲାଣ୍ଡକୁ ହରାଇ ଦେଇଛି। ପୁଲ୍‌ ‘ବି’ରେ ଭାରତ ୬ ପଏଣ୍ଟ ସହିତ ଦ୍ୱିତୀୟ ସ୍ଥାନରେ ରହିଛି। ୩ଟି ମ୍ୟାଚ ଖେଳି ୨ଟିରେ ବିଜୟ ହୋଇଥିବାବେଳେ ଗୋଟିଏ ମ୍ୟାଚରେ ପରାଜିତ ହୋଇଛି। ଏହି ପୁଲ୍‌ରୁ ଫ୍ରାନ୍ସ ଅପରାଜେୟ ରହି ୩ ବିଜୟ ସହ ୯ ପଏଣ୍ଟ ପାଇଛି। ଫଳରେ ଦଳ ଶୀର୍ଷ ସ୍ଥାନରେ ରହି ନକ୍‌ଆଉଟରେ ପ୍ରବେଶ କରିଛି। ଡିସେମ୍ବର ୧ରେ ହେବାକୁଥିବା କ୍ବାର୍ଟର ଫାଇନାଲରେ ଭାରତ ଗ୍ରୁପ୍‌ ‘ଏ’ରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଲ୍‌ଜିୟମକୁ ଭେଟିବ। ୨୦୧୬ରେ ଲକ୍ଷ୍ନୌରେ ହୋଇଥିବା ଗତ ସଂସ୍କରଣରେ ଭାରତ ଓ ବେଲ୍‌ଜିୟମ ଫାଇନାଲ ହୋଇଥିଲା। ଏଥିରେ ବେଲ୍‌ଜିୟମକୁ ୨-୧ ଗୋଲରେ ହରାଇ ଭାରତ ଚାମ୍ପିୟନ ହୋଇଥିଲା। ତେଣୁ ଏଥର କ୍ବାର୍ଟର ଫାଇନାଲ ଗତ ଫାଇନାଲର ରିମ୍ୟାଚ ସଦୃଶ ହେବ।

ଅନ୍ୟ ଏକ କ୍ବାର୍ଟର ଫାଇନାଲରେ ପୁଲ୍‌ ‘ବି’ରେ ପ୍ରଥମ ସ୍ଥାନ ଦଳ ଫ୍ରାନ୍ସ ପୁଲ୍‌ ‘ଏ’ର ଦ୍ୱିତୀୟ ଦଳ ମାଲେସିଆକୁ ଭେଟିବ। ପୋଲାଣ୍ଡ ବିପକ୍ଷ ମ୍ୟାଚରେ ଭାରତ ପକ୍ଷରୁ ଓଡ଼ିଶାର ସୁଦୀପ ଚିରମାକୋ, ସଞ୍ଜୟ ଏବଂ ଅରଜିତ ସିଂ ହୁଣ୍ଡାଲ ୨ଟି ଲେଖାଏ ଏବଂ ଚମତ୍କାର ଫର୍ମରେ ଥିବା ଉତ୍ତମ ସିଂ, ସର୍ଦ୍ଦାନନ୍ଦ ତିୱାରୀ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ମ୍ୟାଚ ଆରମ୍ଭରେ ରାଜ୍ୟ ମୁଖ୍ୟ ସୂଚନା କମିଶନର ଜଳଦ କୁମାର ତ୍ରିପାଠୀ ଏବଂ ଭାରତୀୟ ବ୍ୟାଡ୍‌ମିଣ୍ଟନ ଦଳର ମୁଖ୍ୟ କୋଚ୍‌ ପଦ୍ମଭୂଷଣ ପୁଲେଲା ଗୋପୀଚାନ୍ଦ ଏବଂ ଶେଷରେ ଓଡ଼ିଶାର ପ୍ରମୁଖ ମହାଲେଖାକାର (ଅଡିଟ) ବିଭୁଦତ୍ତ ବସନ୍ତିଆ ଅତିଥିଭାବେ ଯୋଗ ଦେଇଥିଲେ। ଓଡ଼ିଶାର ସୁଦୀପ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri