ନଭେମ୍ବର ୧୪ରୁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): ଚଳିତ ବର୍ଷ ନଭେମ୍ବର ୧୪ରୁ ୨୭ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନଠାରେ ୪୨ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୩ ଅନୁଷ୍ଠିତ ହେବ। ଏଥରର ବିଷୟବସ୍ତୁ ‘ବସୁଧୈବ କୁଟୁମ୍ବକମ୍‌-ୟୁନାଇଟେଡ୍‌ ବାଇ ଟ୍ରେଡ୍‌’ ଆଧାରରେ ଓଡ଼ିଶା ଏଥିରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ସରକାର ସ୍ବୀକୃତି ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଲୋକସେବା ଭବନରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ବାଣିଜି୍ୟକ ପରମ୍ପରା ବହୁ ପ୍ରାଚୀନ। ପ୍ରାଚୀନ ନୌବାଣିଜ୍ୟଠାରୁ ଆରମ୍ଭ କରି ଓଡ଼ିଶାର ହସ୍ତତନ୍ତ, ହସ୍ତଶିଳ୍ପ, ବିଭିନ୍ନ କାରୁକାର୍ଯ୍ୟ ଭାରତର ବିଭିନ୍ନ ରାଜ୍ୟ ସମେତ ବିଶ୍ୱବାସୀଙ୍କ ପାଇଁ ଆକର୍ଷଣୀୟ ସାମଗ୍ରୀ ହୋଇଆସିଛି। ଓଡ଼ିଶାର ଜଗନ୍ନାଥ ସଂସ୍କୃତି, ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଆଭୂଷଣ, ଅଳଙ୍କାର ଏବଂ ଓଡ଼ିଶାର କୁଟିର ଶିଳ୍ପ ସମେତ ମିଲେଟ୍‌, ଅଦା ଓ ହଳଦୀ, କୋରାପୁଟ କଫି, ପର୍ଯ୍ୟଟନ, କ୍ରୀଡ଼ା, ଶିଳ୍ପାୟନ ଆଦିକୁ ଓଡ଼ିଶା ପାଭିଲିୟନ ମାଧ୍ୟମରେ ବିଶ୍ୱବାସୀଙ୍କ ନିକଟରେ ଠିକ୍‌ ଭାବେ ଉପସ୍ଥାପିତ କରିବାକୁ ଉନ୍ନୟନ କମିଶନର ଗର୍ଗ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଓ ନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଛନ୍ତି। ବାଣିଜ୍ୟ ମେଳାର ଫୁଡ୍‌ କୋର୍ଟରେ ମଧ୍ୟ ଓଡ଼ିଶା ଅଂଶଗ୍ରହଣ କରି ବିଶ୍ୱବାସୀଙ୍କୁ ରାଜ୍ୟର ଅନନ୍ୟ ସୁସ୍ବାଦୁ ଖାଦ୍ୟ ଅନୁଭୂତି ପ୍ରଦାନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଗତବର୍ଷ ବାଣିଜ୍ୟ ମେଳାରେ ଓଡ଼ିଶା ପୁରସ୍କୃତ ହୋଇଥିବାରୁ ଚଳିତବର୍ଷ ମଧ୍ୟ ଏହି ପରମ୍ପରାକୁ ବଜାୟ ରଖିବାକୁ ଗର୍ଗ ଗୁରୁତ୍ତ୍ୱାରୋପ କରିଛନ୍ତି। ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମସ୍ତଙ୍କୁ ସ୍ବାଗତ କରିବା ସହିତ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିବା ବେଳେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ପାୱାର ପଏଣ୍ଟ ମାଧ୍ୟମରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ରାଜ୍ୟ ସରକାରଙ୍କ କୃଷି, ପଞ୍ଚାୟତିରାଜ, ପର୍ଯ୍ୟଟନ, ସଂସ୍କୃତି, ବୟନଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଏସ୍‌ଟି ଓ ଏସ୍‌ସି ଉନ୍ନୟନ ଆଦି ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ, ଆୟୁକ୍ତ ଓ ନିର୍ଦ୍ଦେଶକଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri