Posted inଜାତୀୟ

ବିଲାଓ୍ବଲଙ୍କୁ ନିମନ୍ତ୍ରଣ କଲା ଭାରତ

ନୂଆଦିଲ୍ଲୀ, ୨୬।୧: ସାଙ୍ଘାଇ କୋଅପରେଶନ୍‌ ଅର୍ଗାନାଇଜେଶନ୍‌ (ଏସ୍‌ସିଓ)ରେ ସାମିଲ ହେବା ଲାଗି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜର୍ଦାରି ଏବଂ ଚିଫ୍‌ ଜଷ୍ଟିସ୍‌ ଅଫ୍‌ ପାକିସ୍ତାନ ଉମର ଅତା ବନ୍ଦିଆଲଙ୍କୁ ବୁଧବାର ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଇସଲାମାବାଦରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ଜରିଆରେ ପାକିସ୍ତାନକୁ ଏସ୍‌ସିଓରେ ଯୋଗ ଦେବା ଲାଗି ଡକାଯାଇଛି।

କିନ୍ତୁ ଏ ନେଇ ପ୍ରତିପକ୍ଷ ପାକିସ୍ତାନ ପଟରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ଚଳିତବର୍ଷ ମେ’ ପ୍ରଥମ ସପ୍ତାହରେ ଗୋଆଠାରେ ଏସ୍‌ସିଓ ସମିଟ୍‌ ଅନୁଷ୍ଠିତ ହେବାକୁ ଥିବାବେଳେ ଭାରତ ଏହାର ଅଧ୍ୟକ୍ଷା କରିବ। ଯଦି ବିଲାଓ୍ବଲ ନିମନ୍ତ୍ରଣ ଗ୍ରହଣ କରି ଭାରତ ଆସନ୍ତି ତେବେ ୧୦ ବର୍ଷ ମଧ୍ୟରେ ଏହା ପାକ୍‌ ବହିର୍ବ୍ୟାପାର ମନ୍ତ୍ରୀଙ୍କ ପ୍ରଥମ ଭାରତଗସ୍ତ ହେବ। ପାକିସ୍ତାନ ପୂର୍ବତନ ବିଦେଶ ମନ୍ତ୍ରୀ ହିନା ରବ୍ବାନୀ ୨୦୧୧ରେ ଭାରତ ଆସିଥିଲେ। ଏସ୍‌ସିଓ ସମିଟ୍‌ ପାଇଁ ଭାରତ ଚାଇନା, ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ କେନ୍ଦ୍ରୀୟ ଏସିଆ ରାଷ୍ଟ୍ରକୁ ମଧ୍ୟ ନିମନ୍ତ୍ରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri