Posted inଜାତୀୟ

ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ଇଜିପ୍ଟର ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧୧: ୨୦୨୩ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଇଜିପ୍ଟର ରାଷ୍ଟ୍ରପତି ଫତା ଅଲ୍‌-ସିସିଙ୍କୁ ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।

ଅନ୍ୟପକ୍ଷେ କାଇରୋ ସହିତ ଭାରତର ରାଜନୈତିକ ଏବଂ ସାମରିକ ସମ୍ପର୍କକୁ ମଜଭୁତ କରିବା ଲାଗି ନୂଆଦିଲ୍ଲୀ ଏକ ପ୍ରୟାସ ଆରମ୍ଭ କରିଛି। ଉଭୟ ଦେଶ ପୂର୍ବରୁ କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ମଧ୍ୟ ପାଳନ କରିସାରିଛନ୍ତି।

ଏହି ନିମନ୍ତ୍ରଣ ଆଗାମୀ ଦିନରେ ଦିଲ୍ଲୀ-କାଇରୋ ସମ୍ପର୍କକୁ ଆହୁରି ଦ୍ୱିଗୁଣିତ କରିବ। ଚଳିତ ବର୍ଷ ପ୍ରାରମ୍ଭରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର୍‌ ଏସ୍‌. ଜୟଶଙ୍କର ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଇଜିପ୍ଟ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ଉଭୟ ମନ୍ତ୍ରୀ ଇଜିପ୍ଟର ରାଷ୍ଟ୍ରପତିଙ୍କୁ ଭେଟିଥିଲେ। ସେତେବେଳେ ଜୟଶଙ୍କର ରାଷ୍ଟ୍ରପତି ସିସିଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ‘ବିଶେଷ ବାର୍ତ୍ତା’ ପ୍ରଦାନ କରିଥିଲେ।

୨୦୧୬ ସେପ୍ଟେମ୍ବରରେ ରାଷ୍ଟ୍ରପତି ସିସି ଭାରତ ଗସ୍ତରେ ଆସିଥିଲେ। ସେହି ସମୟରେ ଇଜିପ୍ଟ ଭାରତର ତେଜସ ଫାଇଟର୍‌ ବିମାନ କିଣିବାକୁ ଆଗ୍ରହୀ ଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri