ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର ୮୮୦ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହ କୋଭିଡ୍‌ ଆରୋଗ୍ୟ ହାର ୭୯.୨୮%କୁ ବୃଦ୍ଧି ପାଇଛି। ଦେଶରେ ଏମେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୨ଲକ୍ଷ ୮ହଜାର ୪୩୧ ଅତିକ୍ରମ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଏବେ ବିଶ୍ୱର ଆରୋଗ୍ୟ ହାର ଅନୁସାରେ ଭାରତର ୧୯.୧% ରହିଛି। ସେହିପରି ଦେଶରେ ମୃତ୍ୟୁହାର ମଧ୍ୟ ହ୍ରାସପାଉଛି। ୨୪ ଘଣ୍ଟାରେ ୧,୨୪୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୮୫ ହଜାର ୬୧୯ରେ ପହଞ୍ଚତ୍ଛି। ଦେଶରେ କୋଭିଡ୍‌ ମୃତ୍ୟୁହାର ୧.୬୧% ରହିଛି, ଯାହାକି ବିଶ୍ୱ ତୁଳନାରେ ଯଥେଷ୍ଟ କମ୍‌। ଦେଶରେ ଗତ ୨୪ ଘଣ୍ଟାରେ ୯୩ ହଜାର ୩୩୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ଲକ୍ଷ ୯୩ ହଜାର ୩୩୭ରେ ପହଞ୍ଚତ୍ଛି। ଦେଶର ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯୦% ନୂଆ ଆରୋଗ୍ୟ ହାର ରହିଥିବା ଜଣାପଡ଼ିଛି। ସେଗୁଡ଼ିକ ମଧ୍ୟରେ ଓଡ଼ିଶା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ନାଟକ, ଉରପ୍ରଦେଶ, ତାମିଲ୍‌ନାଡ଼ୁ ଏବଂ ଦିଲ୍ଲୀ ରହିଛି। ସର୍ବାଧିକ ସଂକ୍ରମିତ ୫ଟି ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, କର୍ନାଟକ ଏବଂ ଉରପ୍ରଦେଶ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri