Posted inଜାତୀୟ

୧୩୨ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୯।୯ (ପି.ଟି.): ୨୦୨୧ ବର୍ଷରେ ମାନବ ବିକାଶ ସୂଚକାଙ୍କ (ଏଚ୍‌ଡିଆଇ)ରେ ଭାରତ ୧୯୧ ଦେଶ ମଧ୍ୟରେ ୧୩୨ତମ ସ୍ଥାନରେ ରହିଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ଗତବର୍ଷ ଭାରତର ଏଚ୍‌ଡିଆଇ ମୂଲ୍ୟ ୦.୬୩୩ ରହିଛି ଯାହା ୨୦୨୦ରେ ୦.୬୪୫ ରହିଥିଲା। ସେହିବର୍ଷ ଭାରତ ମାନବ ବିକାଶ ସୂଚକାଙ୍କରେ ୧୮୯ ଦେଶ ମଧ୍ୟରେ ୧୩୧ତମ ସ୍ଥାନରେ ରହିଥିଲା। ରିପୋର୍ଟକୁ ଦେଖିଲେ ଭାରତ ମଧ୍ୟମ ମାନବ ବିକାଶ ବର୍ଗରେ ରହିଛି। ୨୦୧୯ରେ ଭାରତୀୟଙ୍କ ହାରାହାରି ଆୟୁଷ ୬୯.୭ ବର୍ଷ ଥିବାବେଳେ ୨୦୨୧ରେ ତାହା ୬୭.୨ ବର୍ଷକୁ ହ୍ରାସ ପାଇଛି। ଦେଶରେ ସ୍କୁଲ୍‌ ଶିକ୍ଷାର ବାଞ୍ଛିତ ବର୍ଷ ୧୧.୯ ବର୍ଷ ହୋଇଥିବାବେଳେ ପିଲାମାନେ ସ୍କୁଲରେ ହାରାହାରି ୬.୭ ବର୍ଷ ପୂରଣ କରୁଥିବା ରିପୋର୍ଟରୁ ଜଣାପଡ଼ିଛି। ଅର୍ଥାତ୍‌ ଅନେକ ପିଲା ସ୍କୁଲ ଶିକ୍ଷା ସମ୍ପୂର୍ଣ୍ଣ ନ କରି ଅଧାରୁ ପାଠ ଛାଡ଼ୁଛନ୍ତି। ମାନବ ବିକାଶର ମୁଖ୍ୟ ଅଙ୍ଗ ହେଉଛି ସ୍ବାସ୍ଥ୍ୟ, ଶିକ୍ଷା ଓ ହାରାହାରି ଆୟ। ଏଥିରେ ୫ ବର୍ଷର ଅଗ୍ରଗତି ପରେ ଗତ ଦୁଇବର୍ଷ (୨୦୨୦ ଏବଂ ୨୦୨୧)ରେ ଅବନତି ଘଟିଛି। ବିଶ୍ୱସ୍ତରରେ ଶିକ୍ଷା, ସ୍ବାସ୍ଥ୍ୟ ଓ ଆୟରେ ହ୍ରାସ ଯୋଗୁ ୩୨ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମାନବ ବିକାଶରେ ଅବନତି ଦେଖାଯାଇଥିବା ରିପୋର୍ଟରେ କୁହାଯାଇଛି। ବିଶ୍ୱ ସ୍ତରରେ ହାରାହାରି ଆୟୁ ୨୦୧୯ରେ ୭୨.୮ ବର୍ଷ ଥିବାବେଳେ ୨୦୨୧ରେ ତାହା ୭୧.୪ ବର୍ଷକୁ ହ୍ରାସ ପାଇଛି। ଗୋଟିଏ ପରେ ଗୋଟିଏ ସଙ୍କଟ ଏବଂ ଅନିଶ୍ଚିତତା କାରଣରୁ ସାରା ବିଶ୍ୱରେ ମାନବ ବିକାଶ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri