ଭାରତ ଇତିହାସ ରଚିବା ଦ୍ୱାରଦେଶରେ, ୯୯ କୋଟିରୁ ଅଧିକ ଟିକାକରଣ…

ନୂଆଦିଲ୍ଲୀ,୧୯।୧୦: ଭାରତ ନୂଆ ଇତିହାସ ରଚିବାର ଦ୍ୱାରଦେଶରେ ଠିଆ ହୋଇଛି। ଦେଶରେ ଇତିମଧ୍ୟରେ ୯୯ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି। ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ଭାରତ ୧୦ ମାସରେ ଏହି ଲକ୍ଷ୍ୟ ପୂରଣ କରିବାକୁ ଯାଉଛି।

ସେଥିମଧ୍ୟରେ ୬୯ କୋଟି ୫୦ଲକ୍ଷରୁ ଅଧିକଙ୍କୁ ପ୍ରଥମ ଡୋଜ୍‌ ଟିକା ପ୍ରଦାନ କରାଯାଇଛି। ସେହିପରି ୨୮ କୋଟି ୧୯ ଲକ୍ଷରୁ ଅଧିକଙ୍କୁ ଦ୍ୱିତୀୟ ଡୋଜ ଦିଆ ସରିିଛି। ଭାରତରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କ ମଧ୍ୟରେ ୯୪ ଲକ୍ଷରୁ ଅଧିକଙ୍କୁ ଟିକାଦାନ କରାଯାଇଛି। ଏପର୍ଯ୍ୟନ୍ତ ପ୍ରାୟ ୭୦ ପ୍ରତିଶତ ଲୋକଙ୍କୁ ଟିକାର ପ୍ରଥମ ଏବଂ ପ୍ରାୟ ୩୦ ପ୍ରତିଶତ ଲୋକଙ୍କୁ ଉଭୟ ଡୋଜ୍‌ ଦିଆଯାଇଛି। ଦେଶରେ ଚଳିତ ବର୍ଷ ୧୬ ଜାନୁଆରୀରୁ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା।

୧୭ ସେପ୍ଟେମ୍ବରରେ ଗୋଟିଏ ଦିନରେ ଦେଶରେ ଅଢ଼େଇ କୋଟି ଲୋକଙ୍କୁ ଡୋଜ୍‌ ଦିଆଯାଇଥିଲା।
ଦେଶରେ କରୋନା ଟିକା ବିକଶିତ କରିବାକୁ ଏକ ବର୍ଷ ସମୟ ଲାଗିଥିଲା। ପ୍ରକୃତ ପକ୍ଷେ ଏଭଳି ଟିକା ବିକଶିତ କରିବାକୁ ୫ ରୁ ୧୦ ବର୍ଷ ସମୟ ଲାଗିଥାଏ। କିନ୍ତୁ, ଭାରତ ଏହି ଲକ୍ଷ୍ୟ କମ୍‌ ସମୟ ମଧ୍ୟରେ ପୂରଣ କରିପାରିଥିଲା।
ସୂଚନାଯୋଗ୍ୟ, ଦେଶରେ ଚଳିତ ବର୍ଷ ୧୬ ଜାନୁଆରୀରୁ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?