ରାୟଗଡ଼ାରେ ଭାରତ ବନ୍ଦ

ରାୟଗଡ଼ା ଅଫିସ,୨୮ା୩: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଶ୍ରମିକ କୃଷକ ବିରୋଧ ନୀତି ଜନ ବିରୋଧ ନୀତି ବିରୋଧରେ ସୋମବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଓଡ଼ଶା ଶାଖା ପକ୍ଷରୁ ରାୟଗଡ଼ାର କପିଳାସ ରୋଡ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ୨୮ ଏବଂ ୨୯ ଦୁଇଦିନ ଧରି ଏହି ଧର୍ମଘଟ କରାଯିବ। ୧୨ ଦଫା ଦାବି ନେଇ ବନ୍ଦ ପାଳନ ହୋଇଛି । ଆଇଏନଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ, ଟିୟୁସିସି, ସଓ୍ବେl, ଏଲ୍‌ପିଏଫ୍‌, ରାଜ୍ୟ କେନ୍ଦ୍ର ବ୍ୟାଙ୍କ ବୀମା ଆଦି ଫେଡେରେଶନର ଆହ୍ବାନ କ୍ରମେ ୨ ଦିନ ଧର୍ମଘଟ କରାଯିବ। ଆଜି ପ୍ରଥମ ଦିନରେ ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସମସ୍ତ ଯାନବାହନକୁ ଅଟକ ରଖାଯାଇଛି। କେବଳ ଜରୁରୀ ସେବାକୁ ଛାଡ଼ିଲେ ବାକି ସବୁ ବନ୍ଦ ରହିଛି l ଆଇଏନ୍‌ଟିୟୁସିର ଜିଲା ସଭାପତି ଭବାନୀ ଶଙ୍କର ଜେନାଙ୍କ ସମେତ ଅନ୍ୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri