ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଦୋକାନବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ଡାଏରି ଆଦି ବନ୍ଦ ରଖିବାକୁ ଏସ୍‌କେଏମ୍‌ ପକ୍ଷରୁ ନିବେଦନ କରାଯାଇଛି। ଏଥିରେ ଦେଶର ସମସ୍ତ ଚାଷୀ ଏବଂ ଶ୍ରମିକ ସଙ୍ଗଠନ ସାମିଲ ହେଉଥିବାବେଳେ ବନ୍ଦକୁ ସମର୍ଥନ ଜଣାଇଛି ଓଡ଼ିଶା ପ୍ରଦେଶ କଂଗ୍ରେସ। ଅପରପକ୍ଷେ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ (ବାଣୀବିହାର) ଯୁକ୍ତ ୩ ପରୀକ୍ଷା ଆସନ୍ତା ୩୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସେହିପରି କର୍ମଚାରୀଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ନୂତନ କୃଷି ଆଇନକୁ ବିରୋଧ କରି ୪ମାସ ଧରି ଚାଷୀ ଆନ୍ଦୋଳନ ଜାରି ରହିଛି। ଏହାକୁ ଆହୁରି ଶାଣିତ କରିବାକୁ ଏସ୍‌କେଏମ୍‌ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବାବେଳେ ବନ୍ଦ ସମର୍ଥନରେ ବାହାରିଛି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)। ଏ ସଂକ୍ରାନ୍ତରେ ଦଳୀୟ ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି, ରାଜ୍ୟର ସବୁ ସ୍ଥାନରେ କଂଗ୍ରେସ କର୍ମୀମାନେ ବନ୍ଦ ପାଳନକୁ ସମର୍ଥନ କରିବେ। ଏଥିଲାଗି ସେ ସମସ୍ତ ଜିଲା ସଭାପତିଙ୍କୁ ଅନୁରୋଧ କରିଛନ୍ତି। ନୂତନ କୃଷି ଆଇନକୁ ବିରୋଧ କରି ଚାଲିଥିବା ଆନ୍ଦୋଳନରେ ବହୁ ଚାଷୀଙ୍କ ଜୀବନ ଗଲାଣି। ତଥାପି ଅହଙ୍କାରୀ କେନ୍ଦ୍ର ସରକାର ଏହାକୁ ଭ୍ରୂକ୍ଷେପ କରୁନାହାନ୍ତି। ତେଣୁ ଦଳୀୟ କର୍ମୀ ଏବଂ ଜନସାଧାରଣ ବନ୍ଦ ଡାକରାକୁ ସମର୍ଥନ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।
ଅନ୍ୟପଟେ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ସମେତ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କୁ ପୂର୍ବାହ୍ନ ସାଢେ ୯ଟା ସୁଦ୍ଧା ଅଫିସରେ ପହଞ୍ଚତ୍ବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନର ସମ୍ମୁଖ ଗେଟ୍‌ ୧୦ଟା ୧୫ରେ ବନ୍ଦ କରିଦିଆଯିବ। ତେବେ ନାଲି କୋଠା ଏବଂ ମୁଖ୍ୟ ଲୋକସେବା ଭବନ ବିଲ୍ଡିଂକୁ ସଂଯୋଗ କରୁଥିବା ଗେଟ୍‌ ଖୋଲାରହିବ। କର୍ମଚାରୀମାନେ ସେମାନଙ୍କ ପରିଚୟ ପତ୍ର ଆଣିବେ। ଭିଜିଟରମାନେ ବିଭାଗର ମୁଖ୍ୟ ଅଧିକାରୀଙ୍କଠାରୁ ପାସ୍‌ ଆଣି ଭିତରକୁ ଯାଇପାରିବେ। ଉପଯୁକ୍ତ ଅଧିକାରୀଙ୍କ ପରମିଟ୍‌ ବିନା କାର୍‌ ପାସ୍‌ ଗ୍ରହଣ କରାଯିବନାହିଁ। କର୍ମଚାରୀମାନେ ଅଫିସ ଆସିବା ବାଟରେ ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଲାଗି ସ୍ବତନ୍ତ୍ର ନମ୍ବର ଜାରି କରାଯାଇଛି। ସେହିପରି ଶୁକ୍ରବାର (୨୬ ତାରିଖ) ହେବାକୁ ଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାକୁ ଆସନ୍ତା ୩୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ବନ୍ଦରେ ଘରୋଇ ବସ୍‌ ଓ ଟ୍ରକ୍‌ ମାଲିକ ସଂଘ ସାମିଲ ହେବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେଣୁ ଗାଡ଼ି ଚଳାଚଳ ସ୍ବାଭାବିକ ରହିବ। ଆଇନଶୃଙ୍ଖଳା ଭଙ୍ଗ ପରିସ୍ଥିତି ଉପୁଜିବା ଆଶଙ୍କାରେ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri