ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୭।୯: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ବର୍ଷେ ହେଲା ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଆହ୍ବାନରେ ସୋମବାର ସାରା ଭାରତ ବନ୍ଦ ରହିବ। ବିବାଦୀୟ କୃଷି ଆଇନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବୀକୃତି ପ୍ରଦାନ କରିବା ସୋମବାର ବର୍ଷେ ପୂରୁଥିବାରୁ ଏହି ଦିନ ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଥିଲା। ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ହେବ। ଏହି ସମୟରେ ସମସ୍ତ ସରକାରୀ, ଘରୋଇ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ, ଦୋକାନ ବଜାର, ଶିଳ୍ପସଂସ୍ଥା, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ଗାଡ଼ିମୋଟର ଚଳାଚଳ ବନ୍ଦ ରହିବ। ତେବେ ଆମ୍ବୁଲାନ୍ସ, ଅଗ୍ନିଶମ ସମେତ ଜରୁରୀ ସେବାଗୁଡ଼ିକ ପ୍ରଭାବିତ ହେବନାହିଁ।
ଭାରତ ବନ୍ଦ ଡାକରାକୁ ଓଡ଼ିଶାରେ କଂଗ୍ରେସ ସମେତ ୭ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ପାଳନ ସମୟରେ ଏହି ରାଜନୈତିକ ଦଳଗୁଡିକ ରାଜ୍ୟର ବିଭିନ୍ନ ସ୍ଥାନରେ ପିକେଟିଂ କରିବେ। ଅପରପକ୍ଷରେ ବନ୍ଦ ଡାକରାକୁ ନଜରରେ ରଖି ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ସୋମବାର ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବସ୍‌ ଚଳାଚଳ ବନ୍ଦ ରଖାଯାଇଛି। କଂଗ୍ରେସ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନଠାରେ ବନ୍ଦ ପାଳନ କରିବାକୁ ଯୋଜନା ରଖିଥିବାବେଳେ ସବୁ ଜିଲା ସଭାପତି ଏହାକୁ ଠିକ୍‌ରେ ପାଳିବା ଲାଗି ସେମାନଙ୍କୁ ମଧ୍ୟ ଚିଠି କରାଯାଇଛି। ବିଭିନ୍ନ ସାମାଜିକ ସଂଗଠନ ଏବଂ ରାଜନୈତିକ ଦଳ ବନ୍ଦକୁ ସମର୍ଥନ ଜଣାଇଛନ୍ତି। ବିରୋଧୀ ଦଳ କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି, ଓ୍ବାଇଏସ୍‌ଆର୍‌ସି, ଡିଏମ୍‌କେ, ତେଲୁଗୁ ଦେଶମ୍‌ ପାର୍ଟି, ବାମଦଳ, ବିଏସ୍‌ପି, ଆର୍‌ଜେଡି ପ୍ରମୁଖ ବନ୍ଦକୁ ସମର୍ଥନ ଜଣାଇଛନ୍ତି। କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ସରକାର ଦେଶବ୍ୟାପୀ ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ କରିବାକୁ ଘୋଷଣା କରିଛନ୍ତି। ୨୬ ମଧ୍ୟରାତ୍ରରୁ ୨୭ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏପିଏସ୍‌ଆର୍‌ଟିସି ବସ୍‌ ଚଳାଚଳ ବନ୍ଦ ରଖିବାକୁ ଆନ୍ଧ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଏବଂ ବିହାର ବିଧାନସଭାର ବିରୋଧୀ ଦଳ ନେତା ତେଜସ୍ବୀ ଯାଦବ ବନ୍ଦରେ ସାମିଲ ହେବାକୁ ଘୋଷଣା କରିଛନ୍ତି। ଏହାବ୍ୟତୀତ ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର ମହାସଂଘ ମଧ୍ୟ ବନ୍ଦକୁ ସମର୍ଥନ ଜଣାଇଛି। ସରକାର ଚାଷୀମାନଙ୍କ ସହ ଆଲୋଚନା କରି କୃଷି ଆଇନକୁ ନେଇ ସୃଷ୍ଟ ଅଚଳାବସ୍ଥା ଦୂର କରିବା ପାଇଁ ମହାସଂଘ ପରାମର୍ଶ ଦେଇଛି। ବନ୍ଦ ପାଳନକୁ ନେଇ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଆନ୍ଦୋଳନସ୍ଥଳରୁ କୌଣସି ବିକ୍ଷୋଭକାରୀ ଚାଷୀଙ୍କୁ ଦିଲ୍ଲୀରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ପୋଲିସ କହିଛି।
ଅନ୍ୟପକ୍ଷରେ ବନ୍ଦକୁ ନେଇ ବାଣିଜ୍ୟ, କ୍ଷୁଦ୍ର ଶିଳ୍ପସଂସ୍ଥା, ଦୋକାନୀମାନଙ୍କର କିଛି କରିବାର ନାହଁି ବୋଲି ଭାରତୀୟ ଉଦ୍ୟୋଗ ବ୍ୟାପାର ମଣ୍ଡଳ କହିଛି। ମୁଷ୍ଟିମେୟ ତଥାକଥିତ ଚାଷୀଙ୍କ ଦ୍ୱାରା ବନ୍ଦ ଡାକରା ଦିଆଯାଇଛି। ରାଜନୈତିକ ଫାଇଦା ହାସଲ ଲାଗି ବନ୍ଦ୍‌କୁ ବିରୋଧୀ ଦଳଗୁଡ଼ିକ ପଛରୁ ଭର୍ଚୁଆଲି ପ୍ରାୟୋଜିତ କରୁଛନ୍ତି ବୋଲି ଭାରତୀୟ ଉଦ୍ୟୋଗ ବ୍ୟାପାର ମଣ୍ଡଳ ରାଷ୍ଟ୍ରୀୟ ସଭାପତି ରବିକାନ୍ତ ଗର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri