ଆଜି ଭାରତ ବନ୍ଦ

ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓବିସିଙ୍କ ଜାତି ଆଧାରିତ ଜନଗଣନା କରା ନ ଯିବା ପ୍ରତିବାଦରେ ଏହି ଡାକରା ଦିଆଯାଇଛି। ସେହିପରି ଇଭିଏମ୍‌ ଟାମ୍ପରିଂ, ଏନ୍‌ଆର୍‌ସି/ଏନ୍‌ପିଆର/ସିଏଏ, ଜଳ-ଜଙ୍ଗଲ-ଜମିରୁ ଆଦିବାସୀଙ୍କୁ ବିସ୍ଥାପନର ପ୍ରତିବାଦ ସାଙ୍ଗକୁ କୃଷକଙ୍କ ପାଇଁ ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଆଇନ, ବେସରକାରୀ କ୍ଷେତ୍ରରେ ଏସ୍‌ସି, ଏସ୍‌ଟି, ଓବିସିଙ୍କ ପାଇଁ ସଂରକ୍ଷଣ କାର୍ଯ୍ୟକାରୀ କରିବା, ପୁରୁଣା ପେନସନ୍‌ ସ୍କିମ୍‌ ପୁନଃ କାର୍ଯ୍ୟକାରୀ କରିବା ଦାବି କରାଯାଇଛି। ପଶୁ ଓ ପକ୍ଷୀଙ୍କ ଗଣନା କରାଯାଉଥିବାବେଳେ ଓବିସିଙ୍କର ଜନଗଣନା କରାଯାଉ ନ ଥିବା ନେଇ ମୋର୍ଚ୍ଚା କ୍ଷୋଭ ପ୍ରକାଶ କରିଛି। ଏହିକ୍ରମରେ ରାଜ୍ୟରେ ମଧ୍ୟ ମୋର୍ଚ୍ଚାର ଓଡ଼ିଶା ଶାଖା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ମୋର୍ଚ୍ଚା କର୍ମକର୍ତ୍ତା, ସଦସ୍ୟମାନେ ରାସ୍ତାରୋକୋ ସାଙ୍ଗକୁ ଧାରଣା ଦେବେ ବୋଲି କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି କୌଣସି ସ୍ଥାନରେ ଯେପରି ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହେବ ସେଥିପ୍ରତି ଧ୍ୟାନଦେବାକୁ ସବୁ ଜିଲାପାଳଙ୍କୁ ସୋମବାର ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଜରୁରୀକାଳୀନ ସାମଗ୍ରୀର ପରିବହନରେ ଯେପରି ବାଧାପ୍ରାପ୍ତ ନ ହୁଏ, ସେଦିଗରେ ମଧ୍ୟ ଧ୍ୟାନ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri