ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ଆନ୍ଦୋଳନକୁ ଜୋର୍‌ଦାର କରିବା ଲାଗି ଶୁକ୍ରବାର ଭାରତ ବନ୍ଦ ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଦୋକାନବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ଡାଏରି ଆଦି ବନ୍ଦ ରଖିବାକୁ ଏସ୍‌କେଏମ୍‌ ପକ୍ଷରୁ ନିବେଦନ କରାଯାଇଛି। ଏଥିରେ ଦେଶର ସମସ୍ତ ଚାଷୀ ଏବଂ ଶ୍ରମିକ ସଙ୍ଗଠନ ସାମିଲ ହେଉଥିବାବେଳେ ବନ୍ଦକୁ ସମର୍ଥନ ଜଣାଇଛି ଓଡ଼ିଶା ପ୍ରଦେଶ କଂଗ୍ରେସ। ଅପରପକ୍ଷେ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ (ବାଣୀବିହାର) ଯୁକ୍ତ ୩ ପରୀକ୍ଷା ଆସନ୍ତା ୩୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସେହିପରି କର୍ମଚାରୀଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ନୂତନ କୃଷି ଆଇନକୁ ବିରୋଧ କରି ୪ମାସ ଧରି ଚାଷୀ ଆନ୍ଦୋଳନ ଜାରି ରହିଛି। ଏହାକୁ ଆହୁରି ଶାଣିତ କରିବାକୁ ଏସ୍‌କେଏମ୍‌ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବାବେଳେ ବନ୍ଦ ସମର୍ଥନରେ ବାହାରିଛି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)। ଏ ସଂକ୍ରାନ୍ତରେ ଦଳୀୟ ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି, ରାଜ୍ୟର ସବୁ ସ୍ଥାନରେ କଂଗ୍ରେସ କର୍ମୀମାନେ ବନ୍ଦ ପାଳନକୁ ସମର୍ଥନ କରିବେ। ଏଥିଲାଗି ସେ ସମସ୍ତ ଜିଲା ସଭାପତିଙ୍କୁ ଅନୁରୋଧ କରିଛନ୍ତି। ନୂତନ କୃଷି ଆଇନକୁ ବିରୋଧ କରି ଚାଲିଥିବା ଆନ୍ଦୋଳନରେ ବହୁ ଚାଷୀଙ୍କ ଜୀବନ ଗଲାଣି। ତଥାପି ଅହଙ୍କାରୀ କେନ୍ଦ୍ର ସରକାର ଏହାକୁ ଭ୍ରୂକ୍ଷେପ କରୁନାହାନ୍ତି। ତେଣୁ ଦଳୀୟ କର୍ମୀ ଏବଂ ଜନସାଧାରଣ ବନ୍ଦ ଡାକରାକୁ ସମର୍ଥନ କରିବାକୁ ନିରଞ୍ଜନ ଆହ୍ବାନ ଦେଇଛନ୍ତି।
ଅନ୍ୟପଟେ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ସମେତ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କୁ ପୂର୍ବାହ୍ନ ସାଢେ ୯ଟା ସୁଦ୍ଧା ଅଫିସରେ ପହଞ୍ଚତ୍ବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକସେବା ଭବନର ସମ୍ମୁଖ ଗେଟ୍‌ ୧୦ଟା ୧୫ରେ ବନ୍ଦ କରିଦିଆଯିବ। ତେବେ ନାଲି କୋଠା ଏବଂ ମୁଖ୍ୟ ଲୋକସେବା ଭବନ ବିଲ୍ଡିଂକୁ ସଂଯୋଗ କରୁଥିବା ଗେଟ୍‌ ଖୋଲାରହିବ। କର୍ମଚାରୀମାନେ ସେମାନଙ୍କ ପରିଚୟ ପତ୍ର ଆଣିବେ। ଭିଜିଟରମାନେ ବିଭାଗର ମୁଖ୍ୟ ଅଧିକାରୀଙ୍କଠାରୁ ପାସ୍‌ ଆଣି ଭିତରକୁ ଯାଇପାରିବେ। ଉପଯୁକ୍ତ ଅଧିକାରୀଙ୍କ ପରମିଟ୍‌ ବିନା କାର୍‌ ପାସ୍‌ ଗ୍ରହଣ କରାଯିବନାହିଁ। କର୍ମଚାରୀମାନେ ଅଫିସ ଆସିବା ବାଟରେ ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଲାଗି ସ୍ବତନ୍ତ୍ର ନମ୍ବର ଜାରି କରାଯାଇଛି। ସେହିପରି ଶୁକ୍ରବାର (୨୬ ତାରିଖ) ହେବାକୁ ଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାକୁ ଆସନ୍ତା ୩୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ବନ୍ଦରେ ଘରୋଇ ବସ୍‌ ଓ ଟ୍ରକ୍‌ ମାଲିକ ସଂଘ ସାମିଲ ହେବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେଣୁ ଗାଡ଼ି ଚଳାଚଳ ସ୍ବାଭାବିକ ରହିବ। ଆଇନଶୃଙ୍ଖଳା ଭଙ୍ଗ ପରିସ୍ଥିତି ଉପୁଜିବା ଆଶଙ୍କାରେ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?