Posted inଜାତୀୟ

ସଶକ୍ତ-ସମୃଦ୍ଧ-ଏକୀକୃତ ଆସିଆନ ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ…

ନୂଆଦିଲ୍ଲୀ, ୧୬।୬ : ଏକ ଶକ୍ତିଶାଳୀ, ସମୃଦ୍ଧ ଏବଂ ଏକୀକୃତ ଆସିଆନ (ଏଏସଇଏଏନ) ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ । ଏନେଇ ଭାରତ ଏହାର ପୂର୍ଣ୍ଣ ସମର୍ଥନ ଲାଗି ପ୍ରତିଶ୍ରୁତି ଦେଇଛି । ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଆସିଆନର ୧୦ ଟି ଦେଶର ବୈଦେଶିକ ମନ୍ତ୍ରୀଙ୍କ ସମ୍ମିଳନୀରେ ଏହା କହିଛନ୍ତି।

ଆସିଆନର ଦୁଇ ଦିନିଆ ବୈଠକରେ ଉଦବୋଧନ ଦେଇ ଜୟଶଙ୍କର କହିଛନ୍ତି ଯେ ବିକେନ୍ଦ୍ରୀକରଣ, ଜଗତୀକରଣ ଏବଂ ନମନୀୟ ଏବଂ ନିର୍ଭରଯୋଗ୍ୟ ଯୋଗାଣ ପ୍ରଣାଳୀକୁ ପ୍ରୋତ୍ସାହିତ କରିବାରେ ଏକ ଉନ୍ନତ ସଂଯୁକ୍ତ ଭାରତ ଏବଂ ଆସିଆନ ଗଠନ କ୍ଷେତ୍ରରେ ପ୍ରୟାସ ସଫଳ ହେବ।

କରୋନା ମହାମାରୀ ବିଷୟରେ ଉଲ୍ଲେଖ କରି ଜୟଶଙ୍କର କହିଛନ୍ତି ଯେ ଏହା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶେଷ ହୋଇନାହିଁ। ମହାମାରୀ ପରେ ପୁନରୁଦ୍ଧାର ଜାରି ରହିଛି। ତେବେ ଭୂ-ରାଜନୈତିକ ସମସ୍ୟା ଯୋଗୁ ମହାମାରୀର ମୁକାବିଲା କରିବା କଷ୍ଟକର ହୋଇପଡିଛି। ୟୁକ୍ରେନର ଘଟଣାକ୍ରମ, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା ଉପରେ ପ୍ରଭାବ ତଥା ସାର ଏବଂ ଅନ୍ୟାନ୍ୟ ଦ୍ରବ୍ୟ ମୂଲ୍ୟ ଏବଂ ଲଜିଷ୍ଟିକ ଯୋଗାଣ ସହିତ ଆମକୁ ଏହାର ମୁକାବିଲା କରିବାକୁ ପଡିବ।

ସେ କହିଛନ୍ତି ଯେ ଆସିଆନ ସର୍ବଦା ଆଞ୍ଚଳିକତା, ବହୁପକ୍ଷତା ଏବଂ ଜଗତୀକରଣର ପ୍ରତୀକ ଭାବରେ ଛିଡା ହୋଇଛି। ଏହା ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଏକ ରଣନୈତିକ ଏବଂ ଅର୍ଥନୈତିକ ଭିତ୍ତିଭୂମି ବିକାଶ ପାଇଁ ମୂଳଦୁଆ ପକାଇଛି। ସେ କହିଛନ୍ତି ଯେ ବିଶ୍ୱ ସମ୍ପ୍ରତି ସମ୍ମୁଖୀନ ହେଉଥିବା ଭୌଗୋଳିକ ଆହ୍ବାନ ଏବଂ ଅନିଶ୍ଚିତତାକୁ ଦୃଷ୍ଟିରେ ରଖି ଏବେ ଆସିଆନର ଭୂମିକା ପୂର୍ବ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ସମୂହ ଆସୋସିଏଶନ ଏହି ଅଞ୍ଚଳର ଅନ୍ୟତମ ପ୍ରଭାବଶାଳୀ ଗୋଷ୍ଠୀ ଭାବରେ ପରିଗଣିତ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri