ହାଇପରସୋନିକ୍‌ କ୍ଷେପଣାସ୍ତ୍ର ବିକଶିତ କରୁଛି ଭାରତ

ଓ୍ବାଶିଂଟନ, ୨୩।୧୦: ଚାଇନା ନିକଟରେ ଦୁଇଟି ଆଣବିକ ଶକ୍ତିସମ୍ପନ୍ନ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା ନେଇ ଖବର ପ୍ରକାଶ ପାଇଥିବାବେଳେ ଭାରତ ସମେତ କେତେକ ଦେଶ ଏଭଳି କ୍ଷେପଣାସ୍ତ୍ର ପ୍ରସ୍ତୁତି ଚଳାଇଥିବା ଆମେରିକା କଂଗ୍ରେସର ଏକ ସ୍ବାଧୀନ ସଂସ୍ଥା ରିପୋର୍ଟରେ କୁହାଯାଇଛି। କଂଗ୍ରେସନାଲ ରିସର୍ଚ୍ଚ ସର୍ଭିସ (ସିଆର୍‌ଏସ୍‌)ର ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଆମେରିକା, ରୁଷିଆ ଓ ଚାଇନା ଅତ୍ୟାଧୁନିକ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ହାସଲ କରିଥିବାବେଳେ ଏବେ ଭାରତ ସମେତ ଅଷ୍ଟ୍ରେଲିଆ, ଫ୍ରାନ୍ସ, ଜର୍ମାନୀ ଓ ଜାପାନ ହାଇପରସୋନିକ୍‌ ଅସ୍ତ୍ର ପ୍ରଯୁକ୍ତିର ବିକାଶ କରୁଛନ୍ତି। ଅଷ୍ଟ୍ରେଲିଆ ଆମେରିକା ସହ ମିଳିତ ଭାବେ ଏଭଳି କ୍ଷେପଣାସ୍ତ୍ର ନିର୍ମାଣ ଲାଗି କାର୍ଯ୍ୟ କରୁଥିବାବେଳେ ଭାରତ ରୁଷିଆ ସହାୟତାରେ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ନିର୍ମାଣ କରୁଥିବା ରିପୋର୍ଟରେ କୁହାଯାଇଛି। ଭାରତ ରୁଷିଆ ସହାୟତାରେ ବ୍ରହ୍ମୋସ୍‌-୨ ନାମରେ ମାକ୍‌ ୭ ହାଇପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ବିକଶିତ କରିଛି। ଏହି କ୍ଷେପଣାସ୍ତ୍ର ୨୦୧୭ ସୁଦ୍ଧା ସମ୍ପୂର୍ଣ୍ଣ ହେବାକୁ ଲକ୍ଷ୍ୟ ରଖାଯାଇଥିଲା। ତେବେ କାର୍ଯ୍ୟକ୍ରମରେ ବିଳମ୍ବ ଯୋଗୁ ଏବେ ୨୦୨୫ରୁ ୨୦୨୮ ମଧ୍ୟରେ ଏହାକୁ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ବ୍ୟତୀତ ଭାରତ ନିଜସ୍ବ ଜ୍ଞାନକୌଶଳରେ ଦ୍ୱୈତ ସାମର୍ଥ୍ୟ ବିଶିଷ୍ଟ ଏକ ହାଇପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ରର ବିକାଶ କରୁଛି। ଏହା ହାଇପରସୋନିକ୍‌ ଟେକ୍‌ନୋଲୋଜି ଡେମୋନଷ୍ଟ୍ରେଟର ଭେହିକ୍ଲ କାର୍ଯ୍ୟକ୍ରମର ଅଂଶବିଶେଷ। ୨୦୧୯ ଜୁନ୍‌ ଏବଂ ୨୦୨୦ ସେପ୍ଟେମ୍ବରରେ ମାକ୍‌ ୬ ସ୍କ୍ରାମଜେଟ୍‌ ସଫଳତାର ସହ ପରୀକ୍ଷା କରାଯାଇଥିବା ଏସ୍‌ଆର୍‌ସି ରିପୋର୍ଟରେ କୁହାଯାଇଛି। ଚାଇନା ଗତ ଅଗଷ୍ଟରେ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବାବେଳେ ବେଜିଂ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଆଣବିକ କ୍ଷମତାସମ୍ପନ୍ନ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ନୁହେଁ ହାଇପରସୋନିକ୍‌ ଭେହିକିଲ୍‌ର ପରୀକ୍ଷା କରାଯାଇଥିବା ଚାଇନା କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri