Posted inଖେଳ

ଭାରତ କ୍ରୀଡ଼ା ରାଷ୍ଟ୍ର ହେବାକୁ ଯାଉଛି: ଗାଭାସ୍କର

ମୁମ୍ବାଇ, ୨୯ା୮: କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଜାଭେଲିନ ସେନ୍‌ସେଶନ ନୀରଜ ଚୋପ୍ରାଙ୍କ ଐତିହାସିକ ସଫଳତାର ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ନିକଟରେ ଚେସ୍‌ ପ୍ରତିଭା ଆର୍‌. ପ୍ରଜ୍ଞାନନ୍ଦ ଏବଂ ବ୍ୟାଡ୍‌ମିଣ୍ଟନ ଷ୍ଟାର ଏଚ୍‌.ଏସ୍‌. ପ୍ରଣୟଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ଦେଶ ପାଇଁ ଏକ ଶୁଭ ସୂଚନା ବୋଲି କହିଛନ୍ତି। ଏହି ସଫଳତାକୁ ଦେଖିଲେ ଆଗାମୀ ୧୦ରୁ ୧୫ ବର୍ଷ ମଧ୍ୟରେ ଭାରତ ଏକ କ୍ରୀଡ଼ା ରାଷ୍ଟ୍ରରେ ପରିଣତ ହେବାକୁ ଯାଉଛି ବୋଲି ସେ କହିଛନ୍ତି। ଚୋପ୍ରା ରବିବାର ପ୍ରଥମ ଭାରତୀୟ ଭାବେ ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଗତ ସପ୍ତାହରେ ପ୍ରଜ୍ଞାନନ୍ଦ ମାତ୍ର ୧୮ବର୍ଷ ବୟସରେ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ଅନ୍ୟପକ୍ଷରେ ପ୍ରଣୟ ବ୍ରୋଞ୍ଜ ପଦକ ବିଜୟ ପଥରେ ବିଶ୍ୱର ନମ୍ବର ଓ୍ବାନ ଭିକ୍ଟର ଏକ୍ସେଲସେନ୍‌ଙ୍କୁ ହରାଇ ଦେଇଛନ୍ତି। ପୂର୍ବରୁ ଗଣମାଧ୍ୟମରେ କେତୋଟି ହାତଗଣତି ଖେଳର ରିପୋର୍ଟ ଦେଖିବାକୁ ମିଳୁଥିଲା। ମାତ୍ର ବର୍ତ୍ତମାନ ଏହିଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଛି। ମିଡ୍‌ଓ୍ବିକେଟ ଷ୍ଟୋରିଜର ପ୍ରମୁଖ ପରାମର୍ଶଦାତା ଭାବେ ନିଯୁକ୍ତି ପାଇବା ପରେ ଭାରତୀୟ କ୍ରିକେଟ ଆଇକନ ଏକଥା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri