Posted inଜାତୀୟ

ଲୋକତନ୍ତ୍ର ଉପରେ ଆସ୍ଥା ରଖି ଭାରତ ଅଗ୍ରସର ହେଉଛି…

ନୂଆଦିଲ୍ଲୀ, ୩୧।୧ : ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାର ଠାରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ପାର୍ଲାମେଣ୍ଟର ଉଭୟ ଗୃହକୁ ସମ୍ବୋଧିତ କରି କହିଛନ୍ତି ଯେ, ଭାରତ ଲୋକତନ୍ତ୍ର ଉପରେ ଆସ୍ଥା ରଖି ଅଗ୍ରସର ହେଉଛି। ଦେଶ ଇତିମଧ୍ୟରେ ୧୫୦ କୋଟି ଟିକାକରଣ ଲକ୍ଷ୍ୟ ପୂରଣ କରି କରୋନା ବିରୋଧରେ ଲଢ଼େଇ ଜାରି ରଖିଛି। ଭାରତ ଦ୍ୱାରା ବିକଶିତ କରୋନା ଟିକା ସାରା ପୃଥିତ୍ବୀର ଲୋକଙ୍କୁ ସୁରକ୍ଷା ପ୍ରଦାନ କରୁଛି। ଏହା ଅତ୍ୟନ୍ତ ଗର୍ବର ବିଷୟ।

ରାଷ୍ଟ୍ରପତି କହିଛନ୍ତି, ’ମୁଁ ଦେଶର ଲକ୍ଷ ଲକ୍ଷ ସୱାଧୀନତା ସଂଗ୍ରାମୀଙ୍କୁ ପ୍ରଣାମ କରୁଛି, ଯେଉଁମାନେ ସେମାନଙ୍କର କର୍ତ୍ତବ୍ୟକୁ ପ୍ରାଥମିକତା ଦେଇଛନ୍ତି ଏବଂ ଭାରତକୁ ଏହାର ଅଧିକାର ଦେଇଛନ୍ତି। ସେହିପରି ଭାରତର ସ୍ବାଧୀନତାର ୭୫ ବର୍ଷ ମଧ୍ୟରେ ଦେଶର ବିକାଶ ଯାତ୍ରାରେ ଯେଉଁମାନେ ସହଯୋଗ କରିଛନ୍ତି ସେଭଳି ସମସ୍ତ ମହାନ ବ୍ୟକ୍ତିତ୍ୱଙ୍କୁ ମୁଁ ସମ୍ମାନ ଜଣାଉଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ଗଣତନ୍ତ୍ରର ଶକ୍ତି ଆଧାରରେ କରୋନା ସହ ଲଢ଼େଇ ସରକାର ଏବଂ ନାଗରିକଙ୍କ ମଧ୍ୟରେ ପାରସ୍ପରିକ ବିଶ୍ୱାସ, ସମନ୍ବୟ ଓ ସହଯୋଗର ଏକ ଅଦ୍ୱିତୀୟ ଉଦାହରଣ ପାଲଟିଛି। ଏହା ଭାରତରେ ସ୍ବତଃ ପ୍ରମାଣିତ ହୋଇ ପାରିଛି ବୋଲି ସେ କହିଛନ୍ତି। ଏଥିପାଇଁ ମୁଁ ଦେଶର ପ୍ରତ୍ୟେକ ସାସ୍ଥ୍ୟ ଏବଂ ଫ୍ରଣ୍ଟ ଲାଇନ କର୍ମଚାରୀ, ପ୍ରତ୍ୟେକ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି।

ଭାରତ ସରକାର ଆସନ୍ତା ୨୫ ବର୍ଷର ମୂଳଦୁଆ ସୁଦୃଢ଼ ପାଇଁ କାର୍ଯ୍ୟ କରୁଛନ୍ତି। ଏହା କୃଷି କ୍ଷେତ୍ରଠାରୁ ଆରମ୍ଭ କରି ପ୍ରତିଟି କ୍ଷେତ୍ରରେ ସମ୍ଭବ ହେବାରେ ଲାଗିଛି। ସେହିପରି ମହିଳାଙ୍କ ବିକାଶ ପାଇଁ ସରକାର ବହୁ ଯୋଜନା ହାତକୁ ନେଇଛନ୍ତି। ଏହା ଅର୍ନ୍ତଗତ ବାଳିକା ଶିକ୍ଷା ଯୋଜନା, ବିବାହ ବୟସ ସୀମା ବୃଦ୍ଧି ଏବଂ ତିନ୍‌ ତଲାକ୍‌ ଉଚ୍ଛେଦ ଆଦି ବେଶ୍‌ ଯୁଗ ଉପଯୋଗୀ ହୋଇପାରିଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ଏହା ସହିତ ରାଷ୍ଟ୍ରପତିି ସରକାରଙ୍କ ବିଭିନ୍ନ ସଫଳତାର ହିସାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri