ଟିକସ ସ୍ବଚ୍ଛତା ଆଡ଼କୁ ବଢୁଛି ଭାରତ:ମୋଦି

ନୂଆଦିଲ୍ଲୀ: ଭାରତ ଟିକସ ଆତଙ୍କବାଦରୁ ଟିକସ ସ୍ବଚ୍ଛତା ଆଡକୁ ବଢୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। କେନ୍ଦ୍ର ସରକାର ଟିକସ ବ୍ୟବସ୍ଥାରେ ନୂଆ ଫେସ୍‌ଲେସ ଅପିଲ, ବିବାଦ ସମାଧାନ ବ୍ୟବସ୍ଥା ଭଳି ନୂଆ ସଂସ୍କାର ଆରମ୍ଭ କରିଛନ୍ତି। ଏହାର ଲାଭ ଅର୍ଥ ବ୍ୟବସ୍ଥାକୁ ମିଳୁଛି ବୋଲି କଟକ ବେଞ୍ଚ ଆୟକର ଆପିଲେଟ ଟ୍ରିବ୍ୟୁନାଲ (ଆଇଟିଏଟି) ନୂଆ କାର୍ଯ୍ୟାଳୟ ଏବଂ ରେସିଡେନସିଆଲ କମ୍ପ୍ଲେକ୍ସ ଶୁଭାରମ୍ଭ କରି ମୋଦି ଏହା କହିଛନ୍ତି। ସେ ପୁଣି କହିଛନ୍ତି ଯେ, ସରକାର ବର୍ତ୍ତମାନ ସଂସ୍କାର, କାର୍ଯ୍ୟଧାରା ଏବଂ ପରିବର୍ତ୍ତନ ଉପରେ ଫୋକସ କରିଛନ୍ତି। ଦେଶର ଟିକସ ବ୍ୟବସ୍ଥାରେ ସ୍ବଚ୍ଛତା ପ୍ରୟାସକୁ ସେ ପ୍ରଶଂସା କରିଛନ୍ତି। ଟିକସଦାତାଙ୍କ ଦାୟିତ୍ୱ ଏବଂ ଅଧିକାରକୁ ସଂକଳିତ କରି ଏହାକୁ ଆଇନର ରୂପ ଦେବାରେ ଭାରତ ବିଶ୍ୱର ପ୍ରମୁଖ ଦେଶ ମଧ୍ୟରେ ସାମିଲ ହୋଇଛି। ଏହି ପଦକ୍ଷେପ ଦ୍ୱାରା ଟିକସଦାତା ଏବଂ ଟିକସ ସଂଗ୍ରହକାରୀଙ୍କ ମଧ୍ୟରେ ସ୍ବଚ୍ଛତା ଏବଂ ବିଶ୍ୱାସ ଆଣିବା ଦିଗରେ ସହାୟକ ହେଉଛି। ସରକାରଙ୍କ ଟିକସ ହ୍ରାସ ପଦକ୍ଷେପ ଉପରେ ମଧ୍ୟ ମୋଦି ଗୁରୁତ୍ୱାରୋପ କରିଛନ୍ତି। ସେହିଭଳି ବ୍ୟକ୍ତିଗତ ଟିକସଦାତାଙ୍କ ଲାଗି ଟିକସ ଢାଞ୍ଚାକୁ ସରଳ କରିବା, ଫେସ୍‌ଲେସ ଅପିଲ ଏବଂ ତ୍ୱରିତ ରିଫଣ୍ଡ ଉପରେ ସେ ମତ ରଖିଛନ୍ତି। ଅର୍ଥ ବ୍ୟବସ୍ଥାରେ ସମ୍ପତ୍ତି ସୃଷ୍ଟିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହାକୁ ଦେଖିଲେ ଟିକସଦାତାଙ୍କୁ ସମ୍ମାନିତ କରିବାର ଆବଶ୍ୟକତା ରହିଛି। ଟିକସଦାତାଙ୍କ ସମସ୍ୟା ସମାଧାନ ହେଲେ ଅଧିକ ଲୋକ ବ୍ୟବସ୍ଥା ସହ ଯୋଡି ହେବେ ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri